ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ
ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଆଉ ନାହାନ୍ତି। ଜୀବନ ଯୁଦ୍ଧରେ ସେ ହାରି ଯାଇଛନ୍ତି। ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି।
ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା।













Click it and Unblock the Notifications