ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା । ସଂଧ୍ୟା ୬ଟା ୨୨ରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଗତ ୧୯ ତାରିଖରେ ଘଟିଥିଲା ଘଟଣା । ନୂଆ ଗୋପାଳପୁର ଗାଁର ପୀଡ଼ିତା । କିରାସିନ ପକାଇ ପୋଡି ହୋଇଯାଇଥିଲେ । ପ୍ରଥମେ ପିପିଲି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପରେ ଭୁବନେଶ୍ବର ଏମସକୁ ହୋଇଥିଲେ ସ୍ଥାନାନ୍ତର । ଶେଷରେ ଦିଲ୍ଲୀ ଏମସକୁ ହୋଇଥିଲେ ଏୟାରଲିଫ୍ଟ ।

mohan majhi

ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, 'ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।'

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, 'ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଡାକ୍ତରୀ ଦଳ ଏବଂ ସରକାରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ଵେ ବଞ୍ଚାଇ ପାରିନଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ।'

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+