ବାଲେଶ୍ବର ଏଫଏମ କଲେଜ ଘଟଣା :ସଂସଦ ଘେରାଉ କରିବ କଂଗ୍ରେସ
ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ । ଏହି ସମୟରେ ସଂସଦ ଘେରାଉ କରିବ କଂଗ୍ରେସ । ଓଡିଶା ପ୍ରସଙ୍ଗକୁ ପ୍ରାଥମିକତା ଦିଆଯିବ ପାଇଁ ଦାବି କରିବ କଂଗ୍ରେସ । ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟୟ । ଏଠି ସିଷ୍ଟମ ପୁରା ଫେଲ୍ । ତେଣୁ ଓଡ଼ିଶାରେ ରାଷ୍ଟ୍ରପତି ଶାସନ ଲାଗୁ ନେଇ ଦାବି ରଖିବ କଂଗ୍ରେସ ।
ଏନେଇ ଜାତୀୟ ମହିଳା କଂଗ୍ରେସ ସଭାପତି ଅଳକା ଲାମ୍ବା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ (HOD) ଦ୍ୱାରା ଯୌନ ନିର୍ଯାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

ଏହି ଘଟଣାରେ କଂଗ୍ରେସ ଦଳ ଆଗାମୀ ସଂସଦ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ ବୋଲି ଅଳକା ଲାମ୍ବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ।












Click it and Unblock the Notifications