ବାଲେଶ୍ବର FM ଛାତ୍ରୀ ମୃତ୍ୟୁ; କ୍ରାଇମବ୍ରାଞ୍ଚ କରିବ ତଦନ୍ତ
ବାଲେଶ୍ବର ଛାତ୍ରୀ ଜୀବନ ହାରିବା ମୃତ୍ୟୁ ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ବିରୋଧୀ ଶାଖା କରିବ ତଦନ୍ତ । ଡିଏସପି ଇମାନ କଲ୍ୟାଣ ନାୟକଙ୍କ ନେତୃତ୍ବରେ ହେବ ତଦନ୍ତ ।ପୂର୍ବରୁ ଏହି ମାମଲାରେ କ୍ରାଇମବ୍ରାଞ୍ଚର ମହିଳା ଶାଖା ନିଜଆଡୁ ବାଲେଶ୍ବର ଯାଇ ତଦନ୍ତ କରିଥିଲା ।ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା

୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।












Click it and Unblock the Notifications