ମେମୁ ଟ୍ରେନ୍ ଦୁର୍ଘଟଣାରୁ ବର୍ତ୍ତିବା ଘଟଣା: ପଏଣ୍ଟମ୍ୟାନ ସସ୍ପେଣ୍ଡ, ଅଧିକ ଅନୁସନ୍ଧାନ ପାଇଁ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
ବାଲେଶ୍ୱର: ମେମୁ ଟ୍ରେନ୍ ଦୁର୍ଘଟଣାରୁ ବର୍ତ୍ତିବା ଘଟଣାରେ କାର୍ଯ୍ୟାନୁଷ୍ଠାନ।ପଚରାଉଚରା ପରେ ପଏଣ୍ଟମ୍ୟାନ୍ଙ୍କୁ ସସ୍ପେଣ୍ଡ କଲେ DRM। ଅଧିକ ଅନୁସନ୍ଧାନ ପାଇଁ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ସୂଚନା।
ଗତକାଲି ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍ ଭୁଲ୍ ଟ୍ରାକ୍ ଆଡ଼େ ଯାଉଥିଲା। ତେବେ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଡ଼ ବିପଦ ଟଳିଥିଲା। ନୀଳଗିରି ରୋଡ୍ ବରୁଣସିଂ ପାଖରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଥିଲା ଲୁପ ଲାଇନରେ ପଶି ଯାଇ ଥିଲା ମେମୁ ।
ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଥିଲା । ବାଲେଶ୍ୱରଠାରେ ଯାତ୍ରୀମାନେ ୪ନମ୍ବର ଟ୍ରାକରେ ଗାଡି ପହଞ୍ଚିବା ପରେ ଯାତ୍ରମାନେ ଲୋକପାଇଲଟକୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।












Click it and Unblock the Notifications