ବାଲିଅନ୍ତା ବର୍ବରକାଣ୍ଡ : କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବାଲିଅନ୍ତା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ। କ୍ରାଇମବ୍ରାଞ୍ଚ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି ।

Chief Minister

ଏଥିସହ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଥିଲେ । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ. ଦେବଦତ୍ତ ସିଂହ ଏବଂ ଡ଼ି.ସି.ପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ବାଲିଅନ୍ତାରେ ଜିଆରପି କନେଷ୍ଟବଲ ସୈାମ୍ୟରଞ୍ଜନ ସ୍ବାଇଁଙ୍କୁ ଲୋକମାନେ ପିଟିପିଟି ହତ୍ୟା କରିଥିଲେ। ଏହି ଘଟଣାରେ ପୁଲିସ ତଦନ୍ତ କରି ୧୧ ଜଣଙ୍କୁ ଗିରଫ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+