ଶ୍ରୀ ମନ୍ଦିରରେ ପାଳନ ହେବ ବାମନ ଜନ୍ମ ନୀତି

ପୁରୀ: ଶ୍ରୀମନ୍ଦିରରେ ପାଳିତ ହେଉଛି ବାମନ ଜନ୍ମ ନୀତି । ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଅନୁଷ୍ଠିତ ହୁଏ ଏହି ନୀତି । ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପହର ଧୂପ ପରେ ପାଳିତ ହୋଇଥାଏ । ତେବେ ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନ ଭଣ୍ତାର ନିକଟକୁ ଆସିଥାନ୍ତି ।

ଜୟ ବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ଡା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି ପାଳନ କରିଥାନ୍ତି । ଏହାଛଡ଼ା ଆଜି ମଧ୍ୟ ଗରୁଡ ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ ପରମ୍ପରା ଶ୍ରୀମନ୍ଦିରରେ ପାଳିତ ହେଉଛି ।

shree mandir

ସେପଟେ ଆଜି ଗଜପତିଙ୍କ ଶ୍ରୀନହରରେ ସୁନିଆଁ ପର୍ବ ଅନୁଷ୍ଠିତ ହେବ। ଗଜପତି ମହାରାଜ ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରିଥାନ୍ତି। ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସହ ଭେଟି ମଧ୍ୟ ପ୍ରଦାନ କରିବେ ।

ଗଜପତି ମହାରାଜ ସ୍ବତନ୍ତ୍ର ପରିପାଟୀରେ ସିଂହାସନରେ ଉପବେଶନ କରିବା ପରେ ରାଜଗୁରୁ ଅନ୍ୟାନ ସେବାୟତଙ୍କ ଉପସ୍ଥିତିରେ ସୁବର୍ଣ୍ଣ ମୁଦ୍ରାରେ ଏହି ଅଙ୍କକୁ ଖୋଦେଇ କରାଯିବ । ଏହାପରେ ଏହି ମୁଦ୍ରାକୁ ପ୍ରଚଳନ କରାଯିବାର ପରମ୍ପରା ରହିଛି । 16 ଶାସନର ବ୍ରାହ୍ମଣ ଅନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ସ୍ବତନ୍ତ୍ର ରୀତିନୀତିରେ ଏହି ଅଙ୍କକୁ ପ୍ରଚଳନ କରାଯିବ ।

ଆଜିଠାରୁ ଏହି ଅଙ୍କ ଜାତକ ଓ ପାଞ୍ଜି ଗଣନାରେ ବ୍ୟବହାର କରାଯିବ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ ବିଶେଷ ପୂଜାର୍ଚ୍ଚନା । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ ସେହିପରି ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ମଧ୍ୟ ପାଳନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+