ଭିଜିଲାନ୍ସ ଜାଲରେ ବାମରା ତହସିଲଦାର, ଥିଲେ ୨୦୧୯ ଓଏଏସ୍ ଟପ୍ପର

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର । ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି । ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ୨୦୧୯ ବ୍ୟାଚର ଓଏଏସ୍ ଟପ୍ପର ।

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି।

ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ମାମଲା (ନଂ.୧୭/୨୦୨୫) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଅଶ୍ୱିନୀଙ୍କ ପରିବାର ସଦସ୍ୟ ରହୁଥିବା ଭୁବନେଶ୍ୱର ମେଫେୟାର ରୋଡ୍‌ସ୍ଥିତ ଆବାସିକ କୋଠାରେ ଭିଜିଲାନ୍ସ ଚଢ଼ାଉ କରି ୪ ଲକ୍ଷ ୭୩ ହଜାର ଟଙ୍କା ଜବତ କରିଛି।

019 OAS topper

ଭିଜିଲାନ୍ସର ସୂଚନା ଅନୁଯାୟୀ, ଅଭିଯୋଗକାରୀ ବାମରାର ଭିକି ନାୟକ ତାଙ୍କର ଏକ ଚାଷଜମିକୁ ଘରବାଡି କିସମରେ ପରିବର୍ତ୍ତନ ପାଇଁ ମାସେ ତଳେ ଆବେଦନ କରିଥିଲେ। ହେଲେ ଜମିର କିସମ ପରିବର୍ତ୍ତନ କରି ରେକର୍ଡ ଅଫ୍‌ ରାଇଟ୍ସ (ଆର୍‌ଓଆର୍‌) ଦେବା ପାଇଁ ତହସିଲ୍‌ଦାର ଅଶ୍ୱିନୀ ୨୦ ହଜାର ଟଙ୍କା ଦାବି କରିଥିଲେ। ଏତେ ଟଙ୍କା ଦେବାକୁ ଭିକି ଅକ୍ଷମତା ପ୍ରକାଶ କରିବାରୁ ଅଶ୍ୱିନୀ ଲାଞ୍ଚ ଟଙ୍କାକୁ କମାଇ ୧୫ ହଜାର କରିଦେଇଥିଲେ। ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ରୋକଠୋକ୍‌ କହିଦେଇଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଭିକି ଭିଜିଲାନ୍ସ ନିକଟରେ ଗୁରୁବାର ଅଭିଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ଅଶ୍ୱିନୀଙ୍କୁ ଧରିବାକୁ ଜାଲ ବିଛାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଶ୍ୱିନୀଙ୍କ ପରାମର୍ଶକ୍ରମେ ଭିକି ଡ୍ରାଇଭର ପି. ପ୍ରବୀନଙ୍କୁ ଲାଞ୍ଚ ଟଙ୍କା ଦେବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ସେମାନଙ୍କୁ କାବୁ କରିଥିଲା। ଏହାପରେ ଭିଜିଲାନ୍ସ ଟିମ୍‌ ଅଶ୍ୱିନୀଙ୍କୁ ପଚରାଉଚରା କରିବା ସହ ତଦନ୍ତ ପରିସରଭୁକ୍ତ କରିଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ଅଶ୍ୱିନୀଙ୍କ ଭୁବନେଶ୍ୱର ମେଫେୟାର ରୋଡ୍‌ରେ ଥିବା ଆବାସିକ କୋଠା, ସେ ରହୁଥିବା ବାମରା ପିଡବ୍ଲ୍ୟୁଡି ଆଇବି ଓ ତାଙ୍କ ଅଫିସ ଚାମ୍ବରରେ ଚଢାଉ କରାଯାଉଥିବା ସୂଚନା ଦିଆଯାଇଛି। ୧୯୯୨ ଜୁଲାଇ ୧୩ରେ ଜନ୍ମିତ ଅଶ୍ୱିନୀ ଓଏଏସ୍‌ ଟପ୍ପର ହେବା ପରେ ପ୍ରଥମେ ୨୦୨୧ ଡିସେମ୍ବର ୩୦ରେ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟରେ ଟ୍ରେନି ରିଜର୍ଭ ଅଫିସର (ଟିଆର୍‌ଓ) ଭାବେ କାମ ଆରମ୍ଭ କରିଥିଲେ। ୨୦୨୩ ଜୁନ୍‌ ୧ରେ ସେ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ତହସିଲଦାର ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୫ ଜୁଲାଇ ୧ରେ ସେ ବାମରା ତହସିଲଦାର ଭାବେ ବଦଳି ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+