ଆସନ୍ତାକାଲି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ:ଆସନ୍ତାକାଲି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ତପ ନୀତି ଅନୁଷ୍ଠିତ ହେବା ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହପ୍ରଭୁଙ୍କ ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇସାରିଛି । ଏହି ଗୁପ୍ତ ସେବା ପାଇଁ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ଆସନ୍ତାକାଲି ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

puri

ସୂଚନାଥାଉ ଯେ,ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି, ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ସମାପ୍ତ ହେବା ପରେ ପୁଣି ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+