ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ପ୍ରାୟ ୪ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବା ପରେ ପୁନରବାର ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ ।

ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ପବିତ୍ର ଫାଲଗୁନ ମାସ ତୃତୀୟା ତିଥୀର ଦ୍ୱିତୀୟ ଭୋଗ ଉଠିବା ପରେ ଦତମହାପାତ୍ର ସେବକମାନେ ପଶ୍ଚିମ ଦ୍ୱାରା ଦେଇ ଶ୍ରୀମନ୍ଦିର ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତି ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, ଧଳା ଏବଂ କଳା ପରି ପାରମ୍ପରିକ ରଙ୍ଗ ଲାଗାଯିବ ।
ଶ୍ରୀଜିଉଙ୍କ ବନକଲାଗି ନୀତି ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ପ୍ରାୟ ୪ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବା ପରେ ପୁନରବାର ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ । ଏ ନେଇ ଶ୍ରୀମନ୍ଦିର ପ୍ରସାଶନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଥାଉ ଯେ, ୪ ଘଣ୍ଟା କେବଳ ଶ୍ରୀଜିଉଙ୍କ ଦର୍ଶନ କରିବା ପାଇଁ ବାରଣ କରାଯାଇଛି ହେଲେ ଭକ୍ତ ମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ । ବେଢା ପରିକ୍ରମା କରି ସମସ୍ତ ଦେବା ଦେବୀଙ୍କର ଦର୍ଶନ କରିପାରିବେ । ଆନନ୍ଦ ବଜାରରେ ମହାପ୍ରସାଦ ମଧ୍ୟ ପାଇପାରିବେ ।












Click it and Unblock the Notifications