ଆସିଲାନି ବନକଲାଗି ବିବାଦରେ ଚୂଡ଼ାନ୍ତ ନିଷ୍ପତ୍ତି; ଆସନ୍ତା ୧ ତାରିଖରେ ପରିଚାଳନା କମିଟି ବୈଠକ
ପୁରୀ : ବନକଲାଗି ବିବାଦରେ ହେଲାନି ଚୂଡ଼ାନ୍ତ ନିଷ୍ପତ୍ତି । ସରିଲା ଶ୍ରୀମନ୍ଦିର ନୀତି ସବ୍କମିଟି ବୈଠକ । ହେଲାନି ଚୂଡ଼ାନ୍ତ ନିଷ୍ପତ୍ତି । ବୈଠକରେ ବନକଲାଗି ବିବାଦର ଚୂଡ଼ାନ୍ତ ନିଷ୍ପତ୍ତି ହୋଇନାହିଁ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି। ଆସନ୍ତା ୧ ତାରିଖରେ ପରିଚାଳନା କମିଟି ବୈଠକ ବସିବ । ପରିଚାଳନା କମିଟି ବୈଠକରେ ବନକଲାଗି ନିଷ୍ପତ୍ତି ହେବ ।
ବନକଲାଗି ନୀତିକୁ ନେଇ ବିବାଦ ଥମିବାର ନାଁ ନେଉ ନାହିଁ । ଦତ୍ତ ମହାପାତ୍ର ଗତକାଲି ବନକଲାଗି ନୀତି କରିବା ପାଇଁ ପ୍ରସ୍ତୁତ ଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମନା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ସଂମ୍ପୃକ୍ତ ସେବକ । ତେଣୁ ଗତକାଲି ମହାପ୍ରଭୁଙ୍କ ବନକଲାଗି ନୀତି ହୋଇପାରି ନଥିଲା।

ଶ୍ରୀମନ୍ଦିର ସତ୍ତ୍ୱଲିପିରେ ଉଲ୍ଲେଖ ରହିଛି ଯେ, ପ୍ରତ୍ୟେକ ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ଦ୍ୱିପହର ଧୂପ ପରେ ବନକଲାଗି ନୀତି ହୋଇଥିଏ । ମାତ୍ର ବନକଲାଗି ନୀତି ସହ ଅନ୍ୟାନ୍ୟ ବିଶେଷ ନୀତି ରହୁଥିବାରୁ ଦର୍ଶନାର୍ଥୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେଣୁ ଗୁରୁବାର ବଦଳରେ ବୁଧବାର ବନକଲାଗି କରିବାକୁ ସମ୍ପୃକ୍ତ ସେବକ ନିଯୋଗକୁ କୁହାଯାଇଥିଲା । ହେଲେ ଦତ୍ତମହାପାତ୍ର ନିଯୋଗ ଗୁରୁବାର ବନକଲାଗି କରିବା ଜିଦରେ ଅଟଳ ଅଛନ୍ତି ।
ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟ ଦାନବାକ୍ସରୁ ଚୋରି । ଦାନବାକ୍ସକୁ ନୃସିଂହ ମନ୍ଦିର ପଛପଟୁ ଉଦ୍ଧାର କଲା ଜେଟିପି । ଚୋରି ପରେ ଦାନବାକ୍ସକୁ ଦୁର୍ବୃତ୍ତ ଫିଙ୍ଗି ଦେଇଥିବା ସନ୍ଦେହ ହୋଇଛି। ଶ୍ରୀମନ୍ଦିର ପ୍ରଶାସନକୁ ଦାନବାକ୍ସ ହସ୍ତାନ୍ତର କରିଛି ଜେଟିପି।












Click it and Unblock the Notifications