Get Updates
Get notified of breaking news, exclusive insights, and must-see stories!

ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

Banakalagi Niti: ଆଜି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଯେଉଁଥି ପାଇଁ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗଣ୍ତପ ନୀତି ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ଏହି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

Banakalagi Niti

ବନକଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ବିଧି ଅନୁସାରେ ଦତ୍ତ ମହାପାତ୍ର ସେବାୟତଙ୍କୁ ହିଙ୍ଗୁଳ , ହର୍ତାଳ, କସ୍ତୁରୀ ଓ କେଶର ଯୋଗାଇ ଦିଆଯାଇଛି । ଏହାକୁ ମିଶ୍ରଣ କରି ସ୍ୱତନ୍ତ୍ର ରଙ୍ଗ ପ୍ରସ୍ତୁତ କରି ସେବକମାନେ ଅପରାହ୍ନରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିବେ । ରତ୍ନସିଂହାସନ ଉପରେ ଚଢ଼ି ଅଧର ପୋଛା କରି ତାପରେ ଶ୍ରୀମୁଖ ଶୃଙ୍ଗାର କରିବେ । ଏହି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଆଉ ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+