ଆଜି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
Puri News: ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ତପ ପରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁ୍ଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଶେଷ ହେବା ପରେ ପୁଣି ଜଗା ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସୂଚନା ଅନୁସାରେ, ଆଜି ଅର୍ଥାତ୍ ବୁଧବାର ସନ୍ଧ୍ୟା ୫ଟା ସମୟରେ ଶ୍ରୀଜିଉଙ୍କ ଗୁପ୍ତ ନୀତି ଅନୁଷ୍ଠିତ ହେବ ଯାହା ରାତି ୧୦ ଟାରେ ଶେଷ ହେବ । ଯେଉଁଥି ପାଇଁ ୫ ଘଣ୍ଟା ସର୍ବସାଧାରଣ ପାଇଁ ବନ୍ଦ ରହିବ ଜଗା ଦର୍ଶନ । ବନକଲାଗି ଶେଷ ହେହା ପରେ ପୁଣି ଶ୍ରଦ୍ଧାଳୁ ଦର୍ଶନ କରି ପାରିବେ । ଏନେଇ ଶ୍ରୀଜଗନ୍ନାଥ ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

ସୂଚନାଥାଉ ଯେ, ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।












Click it and Unblock the Notifications