ବାରବାଟୀ ଦିନିକିଆ: ମ୍ୟାଚ୍ ଦେଖିବେ ଧର୍ମେନ୍ଦ୍ର ପ୍ରଧାନ; କିଣିଲେ ଟିକେଟ୍
ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ । ଏହାକୁ ନେଇ କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି ।
ବଡ଼ ବଡ଼ ରାଜନେତା ଏହି ମ୍ୟାଚ୍ ପାଇଁ ଟିକେଟ୍ କିଣୁଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାରବାଟୀ ମ୍ୟାଚ୍ ପାଇଁ ଟିକେଟ କିଣିଛନ୍ତି ।
ଗୁରୁବାର ସମ୍ବଲପୁରରେ ଓଡ଼ିଶା କ୍ରିକେଟ ଆସୋସିଏସନର ସଦସ୍ୟମାନେ ଭେଟିଛନ୍ତି । କ୍ରିକେଟ ମ୍ୟାଚର ଆୟୋଜନ ଓ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର।

ସୂଚନାଯୋଗ୍ୟ, ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଆସନ୍ତା ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ।
ଆସନ୍ତା ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯିବ । ଏହାର ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରଦାନ କରାଯାଇଛି । ଓଡିଶା କ୍ରିକେଟ ଆସୋସିଏସନ ପକ୍ଷରୁ ଜଗନ୍ନାଥଙ୍କୁ ପ୍ରଥମ ନିମନ୍ତ୍ରଣ ଦିଆଯାଇଛି । ଓସିଏ ସମ୍ପାଦକ ସଞ୍ଜୟ ବେହେରା ପୁରୀ ଯାଇ ମହାପ୍ରଭୁଙ୍କୁ ମ୍ୟାଚର ପ୍ରଥମ ଟିକେଟ ପ୍ରଦାନ କରିଛନ୍ତି । ମହାପ୍ରଭୁଙ୍କୁ ମ୍ୟାଚର ପ୍ରଥମ ଟିକେଟ ପ୍ରଦାନ କରିବା ସହିତ ବାରବାଟୀରେ କିପରି ଭାରତ-ଇଂଲଣ୍ଡ ଶାନ୍ତି ଶୃଙ୍ଖଳାରେ ଶେଷ ହେବ ସେ ନେଇ ପ୍ରାର୍ଥନା କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା । ଜଗନ୍ନାଥଙ୍କୁ ଟିକେଟ ପ୍ରଦାନ ସମୟରେ ପୁରୀ ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ଓ ଶ୍ରୀମନ୍ଦିର ସେବାୟତ ଉପସ୍ଥିତ ଥିଲେ ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଲାଗି ଟିକେଟ୍ କିଣିଛନ୍ତି । ଓସିଏ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, ଅନୁଗୋଳ ବିଧାୟକ ତଥା ଆପେକ୍ସ କାଉନସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡିଶା ଅଲମ୍ପିକ୍ସ ଆସୋସିଏସନର ସମ୍ପାଦକ ଅଭିଜିତ୍ ପାଲ, ପର୍ବତନ ବିଧାୟକ ତଥା ରଣଜୀ ଟିମ୍ କୋଚ୍ ରଞ୍ଜୀବ ବିଶ୍ବାଳ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଏହି ଅବସରର ମୁଖ୍ୟମନ୍ତ୍ରୀ ପ୍ରଥମ ଟିକେଟ କିଣିଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications