ବି. ଆର ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ

ଆମ୍ବେଦକରଙ୍କ ନାଁରେ ବରମୁଣ୍ଡା ବସଷ୍ଟାଣ୍ଡ । ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵରର ବରମୁଣ୍ଡାରେ ନବନିର୍ମିତ ବସଷ୍ଟାଣ୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଭାବେ ଏହା ପରିଚିତ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ ସମାଜ ସଂସ୍କାରକ ଥିଲେ । ସମାଜର ଦଳିତ ଓ ନିଷ୍ପେସିତଙ୍କ ପାଇଁ ସେ ଆଶାର ଆଲୋକ ଥିଲେ। ସମସ୍ତେ ଯେପରି ନ୍ୟାୟ ପାଇବେ, ସେ ଦିଗରେ ସାରା ଜୀବନ ସେ କାର୍ଯ୍ୟ କରିଥିଲ ।

ଚଳିତ ଫେବୃଆରୀ ମାସରେ ବରମୁଣ୍ଡାର ମସ୍ ଟର୍ମିନାଲ ଜନସାଧାରଣଙ୍କ ପାଇଁ ଲୋକାର୍ପଣ କରିବ । ଏହି ନୂଆ ଟର୍ମିନାଲରେ ଯାତ୍ରୀମାନଙ୍କୁ ସମସ୍ତ ପ୍ରକାରର ସୁବିଧା ଯୋଗାଇଦେବା ସହିତ ସେମାନଙ୍କ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ଯାତ୍ରୀମାନଙ୍କ ପ୍ରତୀକ୍ଷାଳୟ, ପରିମଳ ସୁବିଧା, ଆଲୋକୀକରଣ ଇତ୍ୟାଦି କାମର ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ତେବେ ଯାତ୍ରୀଙ୍କ ସୁରକ୍ଷା ଏବଂ ସୁବିଧା ଦିଗରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଇଥିବା କୁହାଯାଇଛି । ବସ୍ ଟର୍ମିନାଲରେ ଯାତ୍ରୀମାନଙ୍କ ପାଇଁ ପ୍ରିପେଡ ଅଟୋ ଏବଂ ଟ୍ୟାକ୍ସି ସୁବିଧା ଉପଲବ୍ଧ ରହିପାରିବ ।

Baramunda Bus Terminal

ବାବା ସାହେବ ଆମ୍ବେଦକରଙ୍କ ଆଦର୍ଶ ଓ ଦେଶ ଗଠନରେ ତାଙ୍କର ମହାନ ଅବଦାନ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ । ଡିଜିଟାଲ ଜ୍ଞାନକୌଶଳର ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ । ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ।

୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+