Get Updates
Get notified of breaking news, exclusive insights, and must-see stories!

ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ବସ୍ତି; ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ ସୁପ୍ରିମକୋର୍ଟ

ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ ସୁପ୍ରିମକୋର୍ଟ । ଏପ୍ରିଲ ୨୨ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବେନି ମୋକିମ୍ । ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ କାଏମ ରଖିଥିଲେ ହାଇକୋର୍ଟ ।

ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ। ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମ ଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ ।ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

Mohammad Mokim

ସଚନାଯୋଗ୍ୟ ଓ ଆରଏଚଡିସି ମାମଲାରେ ମୋକିମଙ୍କୁ ୩ଵର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+