ବଙ୍ଗୋପସାଗରରେ ଆସୁଛି ଏକାଧିକ ଲଘୁଚାପ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ଯେ, ଆସନ୍ତା ଦଶ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତମାନ ବଙ୍ଗୋପସାଗରରେ ଗୋଟିଏ ଘୂର୍ଣି ବଳୟ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସି ର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି।

low pressure

ଏହି ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚାଇନା ସାଗର ରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାନମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି । ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ଼ଃ ସାହୁ କହିଛନ୍ତି ।

ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖ ରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବ ଓ ସେପ୍ଟେମ୍ବର ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି | ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି |

ସେହିପରି ଅନ୍ୟ ଏକ ଘୁର୍ଣ୍ଣି ବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଏବଂ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+