Get Updates
Get notified of breaking news, exclusive insights, and must-see stories!

ସତର୍କ ରୁହ, ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାରି ପ୍ରଭାବରେ ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ପ୍ରବଳକୁ ଅତିପ୍ରବଳ ବର୍ଷା ହେବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ମାସ ଶେଷ ଯାଏଁ ବର୍ଷା- ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ଦଲକା ଦଲକା ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

rain

ଲଘୁଚାପ କ୍ଷେତ୍ର ସୃଷ୍ଟି- ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ନେଇ ପାଗ ଅନୁକୂଳ ରହିଛି । ଓଡ଼ିଶା ଉପକୂଳ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ 31 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ।

ଆଜି ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ତିନି ଦିନ ପ୍ରଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ସେମାନଙ୍କୁ ବାରଣ କରାଯାଇଛି ଅନ୍ୟପକ୍ଷେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସବୁ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି। ବର୍ଷା ପାଇଁ ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ଏପରିକି ମତ୍ସ୍ୟଜୀବୀଙ୍କୁ ସୁମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ SRC ଚିଠିରେ ଉଲ୍ଳେଖ କରିଛନ୍ତି।

ଅନ୍ୟପକ୍ଷେ ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସୂଚନାନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗି ରହିବ। ମଙ୍ଗଳବାର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳବର୍ତ୍ତୀ ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେସବୁ ଜିଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+