ନୂଆପଡ଼ାରେ ପୁଣି ଭାଲୁ ଆତଙ୍କ, ବନ କର୍ମଚାରୀଙ୍କୁ ଟାଣିନେଲା ଭାଲୁ
ନୂଆପଡ଼ା ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି ଭାଲୁ ଆତଙ୍କ । ଜଙ୍ଗଲ ଭିତରକୁ ପାଟ୍ରୋଲିଂ କରିବାକୁ ଯାଇଥିବା ଦୁଇ ବନ କର୍ମଚାରୀଙ୍କୁ ଟାଣି ନେଇଛି ଭାଲୁ । ବହୁ ଖୋଜାଖୋଜି ପରେ ସେମାନଙ୍କୁ ରକ୍ତାକ୍ତ ଅବସ୍ଥାରେ ଘଞ୍ଚ ଜଙ୍ଗଲରୁ ଉଦ୍ଧାର କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା କୋମନା ରେଞ୍ଜରେ ।

ସୂଚନା ଅନୁସାରେ, ଅପରାହ୍ନ ପ୍ରାୟ 3.30 ସମୟରେ 4 ଜଣ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ । ଏହି ସମୟରେ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିଲା । ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁ ଆକ୍ରମଣ କରି ଜଙ୍ଗଲ ଭିତରକୁ ଟାଣି ନେଇଥିଲା । ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ ।
ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତର ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ । ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ । ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications