ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ; ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା ଓ ନାରାବାଜି । ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ । ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

ଜି ବି ଚାଲିପାରିଲାନି ଗୃହ, ୪ଟା ଯାଏଁ ମୁଲତବୀ ଘୋଷଣା । ମୌସୁମୀ ଅଧିବେଶନର ଚତୁର୍ଥ ଦିନରେ ୧୦ ମିନିଟ୍ ବି ଚାଲିଲାନି ଗୃହ କାର୍ଯ୍ୟ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ , ଗୃହକୁ ଅପରାହ୍ମ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ଭିନ୍ନ ଭିନ୍ନ ପ୍ରସଙ୍ଗରେ ପ୍ରବଳ ହୋହାଲ୍ଲା କରିଛନ୍ତି ।
ଅନାସ୍ଥା ପ୍ରସ୍ତାବ ନଆସିବା ନେଇ କଂଗ୍ରେସ ପ୍ରତିବାଦ କରିଛି । ନିଜ ନିଜ ସିଟରେ ରହି ହୋହ୍ଲାଲା କରିଛନ୍ତି କଂଗ୍ରେସ ବିଧାୟକ । ସେପଟେ ପଂଚାୟତ ପ୍ରତିନିଧିଙ୍କ କ୍ଷମତା ସଂକୁଚିତ ପ୍ରସଙ୍ଗ ଉଠାଇ, ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଧରି ପ୍ରତିବାଦ କରିଛନ୍ତି ବିଜେଡି ସଦସ୍ୟ ।
ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା। ମାତ୍ର ୭ ମିନିଟ ଚାଲି ପାରିଲା ଗୃହ। ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ ବିଜେଡି ବିଧାୟକ।ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ବିଧାୟକ ମାନେ ନାରାବାଜି କରିଥିଲେ । ସେପଟେ ଗୃହ ଅଚଳାବସ୍ଥା ନେଇ ନିଜ ସିଟରେ ଛିଡା ହୋଇ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ ।
ଅନାସ୍ଥା ନ ଆଣିବାକୁ ଫନ୍ଦି କରିବା ଅଭିଯୋଗରେ ବିଜେପି-ବିଜେଡି ଭାଇ ଭାଇ ପୋଷ୍ଟର ଦେଖାଇ କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ । ଖାଲି ସେତିକି ନୁହେଁ ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟ ହଟ୍ଟଗୋଳ କରିବା ସହ ହୋହଲ୍ଲା କରିଥିଲେ। ଗୃହରେ ନାରାବାଜୀ ଜାରି ରହିବାରୁ ଗୃହ କାର୍ଯ୍ୟ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।












Click it and Unblock the Notifications