ରାଜ୍ୟର ହିତାଧିକାରୀଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ କାର୍ଡ ଦିଆଯିବ: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟର ହିତାଧିକାରୀଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ କାର୍ଡ ଦିଆଯିବ । ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି । ସେ କହିଛନ୍ତି ଏବେ E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି । ନୂଆ ରାସନ କାର୍ଡ ପାଇଁ ୯ ଲକ୍ଷରୁ ଅଧିକ ହିତାଧିକାରୀ ଆବେଦନ କରିଥିବା ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଆଧାରଭିତ୍ତିକ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଥି ସହିତ ନୂଆ କାର୍ଡ ପାଇଁ ଆବେଦନ ମଧ୍ୟ ଜାରି ରହିଛି । ଏହି ପ୍ରକ୍ରିୟା ଶେଷ ହେବାପରେ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ।

Krushna Chandra Patra

ସୂଚନାଯୋଗ୍ୟ ବର୍ତ୍ତମାନ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ୯୨.୬୬ଲକ୍ଷ ପରିବାରର ୩ କୋଟି ୨୫ଲକ୍ଷ ୯୩ହଜାର ୮୭୫ଜଣ ହିତାଧିକାରୀ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩.୧୫ଲକ୍ଷ ପରିବାରର ୧୦.୦୨ଲକ୍ଷ ହିତାଧିକାରୀ ଉପକୃତ ହେଉଛନ୍ତି । ଏବେ ଏହି ଦୁଇଟି ଯୋଜନାରେ ସାମିଲ ହେବା ପାଇଁ ଆହୁରି ୯ ଲକ୍ଷ ଆବେଦନ ହୋଇଛି। ନୂଆ ହିତାଧିକାରୀ ଚୟନ ପାଇଁ ସରକାର ୧୨ଟି ମାନଦଣ୍ଡ ଓ ଅଯୋଗ୍ୟଙ୍କୁ ବାଦ୍ ଦେବା ପାଇଁ ୧୦ଟି ମାନଦଣ୍ଡ ନିର୍ଦ୍ଧାରଣ କରିଛନ୍ତି । ଜିଲ୍ଲାସ୍ତରରେ ବିଭାଗୀୟ କର୍ମଚାରୀମାନଙ୍କ ଦ୍ୱାରା ଏହାର ଉପଯୁକ୍ତ ତଦନ୍ତ କରାଯାଇ ଯୋଗ୍ୟ ବିବେଚିତ ଆବେଦନକାରୀଙ୍କୁ ଏଥିରେ ସାମିଲ କରାଯାଉଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ ୧୦ ଲକ୍ଷ ଲୋକ ଆବେଦନ କଲେଣି । ସେମାନଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ୍ କାର୍ଡ ଯୋଗାଇ ଦିଆଯିବ । ତେବେ ଏବେ ବି ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି ବୋଲି ବିଧାନସଭାରେ କହିଛନ୍ତି ଖାଦ୍ୟ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+