Get Updates
Get notified of breaking news, exclusive insights, and must-see stories!

ଚାରି ରାଜ୍ୟ ଡେଇଁ ଚାଲି ଆସିଛି ମହାବଳ, ଓଡ଼ିଶାରେ ବୁଲୁଛି ମହାରାଷ୍ଟ୍ର ମହାବଳ

ଗଜପତି: ଓଡ଼ିଶାରେ ମହାରାଷ୍ଟ୍ରର ମହାବଳ । ଗଜପତି ଜିଲ୍ଲା ଅଁଳାବର ଜଙ୍ଗଲରେ ବୁଲୁଛି ମହାରାଷ୍ଟ୍ର ମହାବଳ । ମହାରାଷ୍ଟ୍ରର ଚନ୍ଦ୍ରପୁରୀ ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନରୁ ଆସିଥିବା ଜଣାପଡ଼ିଛି । ସବୁଠାରୁ ଆଶ୍ଚର୍ଯ୍ୟକଥା ହେଲା 750 କିଲୋମିଟର ଅତିକ୍ରମ କରି ଚାରିଟି ରାଜ୍ୟ ଡେଇଁ ଓଡ଼ିଶା ଆସିଛି ବାଘଶ । ଭାରତର ପଶ୍ଚିମରେ ଥିବା ବିଦର୍ଭ ଅଞ୍ଚଳରୁ ବାଘଟି ପୂର୍ବାଞ୍ଚଳ ରାଜ୍ୟ ଓଡ଼ିଶାର ମହେନ୍ଦ୍ରଗିରି ରେଞ୍ଜକୁ ଆସିବା ନିହାତି ଆଶ୍ଚର୍ଯ୍ୟଜନକ କଥା । ଏହା ମଧ୍ୟ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ଚକିତ କରିଛି ।

Tiger

ବାଘର ଷ୍ଟ୍ରାଇପ ବା ଦେହରେ ଥିବା କଳା ପଟି ପଟି ଦାଗରୁ ଏହା ଜାଣିବାକୁ ପାଇଛି ୱାଇଲ୍ଡ ଲାଇଫ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ । ବନ୍ୟାପ୍ରାଣୀ ପିସିସିଏଫ୍ ଙ୍କ ସୂଚନା ଅନୁସାରେ, 2021 ରେ ଏହି ମହାବଳ ବାଘର ଫଟୋ ବ୍ରହ୍ମପୁରୀ ଜଙ୍ଗଲରେ କ୍ୟାମେରା ଟ୍ରାପରେ କଏଦ ହୋଇଥିଲା । ଏବେ ଏହା ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ ଦେଇ ଓଡ଼ିଶାରେ ପହଞ୍ଚିଛି ।

ତେବେ ସୁରକ୍ଷିତ ବାସସ୍ଥାନ ଓ ସାଥି ସନ୍ଧାନରେ ଏହା ଆସି ଥାଇପାରେ ବୋଲି ଅନୁମାନ କରାଯାଉଛି । ତେବେ ମହାବଳ ବାଘଟି ଏତେ ଦୂରକୁ ନଦୀନାଳ, କୃଷି କ୍ଷେତ୍ର, ରାସ୍ତା ଓ ଜନବସତି ଡେଇଁ ଏତେ ବାଟ ଅତିକ୍ରମ କରିବା ଖୁବ୍ ବିରଳ ବୋଲି କୁହାଯାଉଛି । ବାଟରେ ଏହା କୌଣସି ମଣିଷକୁ ଆକ୍ରମଣ କରିବାର ମଧ୍ୟ କୌଣସି ସୂଚନା ମିଳିନି ।

ଟ୍ରାପ୍ କ୍ୟାମେରାରେ କଏଦ ହୋଇଛି ବାଘର ଦୃଶ୍ୟ । ବାଘ ଚଳପ୍ରଚଳ କରୁଥିବାରୁ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ରାତିରେ ଅଯଥା ନବାହାରିବା ସହ ଗୃହପାଳିତ ପଶୁଙ୍କୁ ବାନ୍ଧି ରଖିବା ପାଇଁ ପରାମର୍ଶ ଦିଆଯାଇଛି । ସୂଚନାଥାଉ କି, ଏହା ପୂର୍ବରୁ ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅଞ୍ଚଳରେ ମହାବଳଟି ବୁଲୁଥିବା ଏବଂ ଗୋରୁଗାଈ ଶିକାର କରୁଥିବା ଖବର ସାମ୍ନାକୁ ଆସିଥିଲା । ପରେ ବନ ବିଭାଗ ପକ୍ଷରୁ ଏହାକୁ ଟ୍ରାପ କରିବା ପାଇଁ କ୍ୟାମେରା ମଧ୍ୟ ଲାଗିଥିଲା । କ୍ୟାମେରାରେ ମହାବଳର ଫଟୋ ସାମ୍ନାକୁ ଆସିଥିଲା । ମହାବଳ ଉପରେ ବନ ବିଭାଗ ନଜର ରଖିଛି । ତେବେ ମହାବଳ ବାଘ ଉପରେ ନଜର ରଖିବାକୁ ବନ ବିଭାଗ ପକ୍ଷରୁ 5ଟି ସ୍ବତନ୍ତ୍ର ଟିମ୍ ଗଠନ ହୋଇଛି ।

ଭାରତରେ ବାଘ ଅତିକ୍ରମ କରିଥିବା ଏହା ଦ୍ୱିତୀୟ ଦୀର୍ଘ ପଥ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+