ଭଦ୍ରକ: ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କ ସହ ୮ ଗିରଫ
ଭଦ୍ରକ : ଆପତ୍ତିଜନକ ପୋଷ୍ଟକୁ ନେଇ ଭଦ୍ରକରେ ତୁମୁଳକାଣ୍ଡ ଘଟଣା । ସହରରେ ଶାନ୍ତି ଫେରାଇ ଆଣିବାକୁ ପୋଲିସ ଓ ପ୍ରଶାସନ ଉଦ୍ୟମ ଚଳାଇଛନ୍ତି । ଏସବୁ ଭିତରେ ପୁଲିସ ଶନିବାର ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥି ସହିତ ଏହି ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ବାନ୍ଧିବା ପାଇଁ ପୁଲିସ ଛାନଭିନ୍ ଜାରି ରଖିଛି। ଭଦ୍ରକ ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୁଲିସ ନଜର ରଖିତିବା ବେଳେ ସହରରେ ଫୋର୍ସ ମୁତୟନ କରିଛି।
ଏଥି ସହିତ ସନ୍ଥିଆରେ ୧୬୩ ଧାରା ଲାଗୁ କରିଛି। ସହରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ସ୍ଥଗିତ ରଖିଛି। ସେମାନଙ୍କ ମଧ୍ୟରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିବା ଅଭିଯୁକ୍ତ ଯୁବକଙ୍କୁ ମଧ୍ୟ ଗିରଫ କରାଯାଇଛି। ଏନେଇ ଭଦ୍ରକ ଏସ୍ପି ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଏହି ଘଟଣାରେ ଉଚ୍ଚସ୍ତରୀୟ ବୈଠକ ଡାକି ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ବୈଠକ ପରେ ସେ କହିଛନ୍ତି ସହରରେ ଅଶାନ୍ତି ସୃଷ୍ଟି କରିବାକୁ ଦିଆଯିବନି । ଆସାମାଜିକ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି ।

ସୂଚନା ଯୋଗ୍ୟ, ଇନ୍ଷ୍ଟାଗ୍ରାମ୍ରେ ଜଣେ ଯୁବକ ଗୁରୁବାର ମହାପୁରୁଷ ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା।
ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା। ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା।
ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିଲେ। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଥିଲେ ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଥିଲା।












Click it and Unblock the Notifications