Get Updates
Get notified of breaking news, exclusive insights, and must-see stories!

ବାହାନଗା ଟ୍ରେନ ଦୁର୍ଘଟଣା: ଡ୍ୟୁଟିରେ ଅବହେଳା ପାଇଁ ୭ ରେଳବାଇ କର୍ମଚାରୀ ନିଲମ୍ବିତ

Bhanga Train Accident Update: ବହୁଚର୍ଚ୍ଚିତ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ନିଲମ୍ବିତ ହୋଇଛନ୍ତି ୭ ଜଣ ରେଳବାଇ କର୍ମଚାରୀ । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ର ସୁଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, ଏହି ଘଚଣାରେ ସିବିଆଇ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଜଣ କର୍ମଚାରୀଙ୍କୁ ଗିରଫ କରିଛି । ଡ୍ୟୁଟି ସମୟରେ ସତର୍କ ହୋଇ ନ ଥିବାରୁ ଷ୍ଟେସନ ମାଷ୍ଟର, ଟ୍ରାଫିକ ଇନ୍ସପେକ୍ଟର ଏବଂ ମେଣ୍ଟନର ସମେତ ୭ ଜଣଙ୍କୁ ନିଲମ୍ବିତ କରାଯାଇଛି । ଯଦି ସେମାନେ ସତର୍କ ରହିଥାନ୍ତେ, ତାହେଲେ ଏଭଳି ଦୁଃଖଦ ଟ୍ରେନର ଦୁର୍ଘଟଣାକୁ ରୋକାଯାଇ ପାରିଥାନ୍ତା ।

Bhanga Train Accident

କହି ରଖୁ କି, ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା । ସିଗ୍ନାଲିଂ ସର୍କିଟ୍ ବଦଳାଯିବା ବେଳେ ବୈଷୟିକ ତ୍ରୁଟି ଯୋଗୁଁ ଇଣ୍ଟର୍ଲକିଂ ସିଷ୍ଟମ୍ ପ୍ରଭାବିତ ହୋଇଥିଲା ଓ ଏହି କାରଣରୁ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସିଆର୍ଏସ୍ ରିପୋର୍ଟ ଦେଇଥିଲେ । ସେହି ରିପୋର୍ଟକୁ ଆଧାର କରି ଉକ୍ତ ଗିରଫଦାରୀ ହୋଇଥିବା କୁହାଯାଉଛି । ତେବେ ଦୁର୍ଘଟଣା ପଛରେ କୌଣସି ଅନ୍ତର୍ଘାତୀ ବା ଷଡଯନ୍ତ୍ର ଥିବା ବାବଦରେ ଏ ଯାଏ କିଛି ସ୍ପଷ୍ଟ ହୋଇନାହିଁ ।

ଅନ୍ୟପଟେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ତିନି ଅଭିଯୁକ୍ତ ବରିଷ୍ଠ ବିଭାଗୀୟ ଇଞ୍ଜିନିୟର (ସିଗନାଲ) ଅରୁଣ କୁମାର ମହନ୍ତ, ସେକ୍ସନ୍ ଇଞ୍ଜିନିୟର ମହମ୍ମଦ ଆମୀର ଖାନ ଏବଂ ଟେକ୍ନିସିଆନ ପପୁ କୁମାରଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଆଉ ୪ ଦିନିଆ ରିମାଣ୍ଡରେ ନେଇଛି ।
ଗତ ଜୁଲାଇ ୭ ତାରିଖ ଦିନ ଏହି ତିନି ଜଣଙ୍କୁ ଗିରଫ କରିଥିଲା ସିବିଆଇ । ତିନି ଜଣଙ୍କୁ ସିଆରପିସିର ଧାରା ୩୦୪ ଅର୍ଥାତ ହତ୍ୟାକାଣ୍ଡ ପାଇଁ ଦାୟୀ ଓ ଧାରା ୨୦୧ ଅର୍ଥାତ ଅପରାଧିକ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଗିରଫ କରିଥିଲା ସିବିଆଇ । ୩ ଅଭିଯୁକ୍ତଙ୍କ ବିରୋଧରେ ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଥିଲା ସିବିଆଇ ।

ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+