ଭରତପୁର କାଣ୍ଡ: ବିଚାର ବିଭାଗୀୟ ତଦନ୍ତ ଆରମ୍ଭ, ଆସନ୍ତାକାଲିଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ

ଭରତପୁର କାଣ୍ଡର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ । କମିଶନଙ୍କ ପ୍ରଥମ ବୈଠକ ପରେ କମିଶନଙ୍କ ସଚିବଙ୍କ ସୂଚନା । ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ କହିଲେ ସଚିବ । ସତ୍ୟପାଠ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରାଯିବ । ଆସନ୍ତାକାଲିଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ। ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ । ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ । ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ ।

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।

Bharatpur case

ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍‌ ଫୋରେନସିକ୍‌ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ, ଏଏସ୍‌ଆଇ ସଲିଳମୟୀ ସାହୁ ଏବଂ ଘଟଣା ଦିନ ଥାନାରେ ପ୍ରତ୍ୟକ୍ଷଦର୍ଶୀ ଭାବେ ଉପସ୍ଥିତ ଥିବା କାର୍ଯ୍ୟରତ ଏସ୍‌ଆଇ ପ୍ରଶାନ୍ତ ମହାରଣା ରବିବାର ଗୁଜରାଟ ଯାଇଛନ୍ତି। ଏଥିସହ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ମଧ୍ୟ ସେଠାକୁ ଯାଇଛି। ତେବେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ, ନାର୍କୋ-ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଙ୍ଗ୍‌ ଟେଷ୍ଟ ହେବାକୁ ଥିବାବେଳେ ଅନ୍ୟ ୪ ପୋଲିସ ଅଧିକାରୀଙ୍କ କେବଳ ପଲିଗ୍ରାଫ୍‌ ଟେଷ୍ଟ କରାଯିବ। ଜଣଙ୍କ ପରେ ଜଣଙ୍କୁ ଏସବୁ ଟେଷ୍ଟ କରାଇବାକୁ କ୍ରାଇମବ୍ରାଞ୍ଚ ଯୋଜନା କରିଛି।

ଟେଷ୍ଟ ସରିବା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ଓଡ଼ିଶା ଫେରିଆସିବ। ଉକ୍ତ ରାତିରେ ପ୍ରକୃତରେ କ'ଣ ଘଟିଥିଲା। କାହା ବୟାନରେ ସତ ରହିଛି। ଏସବୁ ଜାଣିବାକୁ କ୍ରାଇମ୍‌ବ୍ରାଞ୍ଚ ପାଖରେ ଶେଷ ବିକଳ୍ପ ରହିଛି ସାଇଣ୍ଟିଫିକ୍‌ ଟେଷ୍ଟ। ରିପୋର୍ଟ ଆସିବା ପରେ ପ୍ରକୃତ ସତ ପଦାକୁ ଆସିବ ବୋଲି ତଦନ୍ତକାରୀ ଟିମ୍‌ ଆଶା ରଖିଛି। ଏସବୁ ଟେଷ୍ଟ କରାଇବାକୁ କ୍ରାଇମ୍‌ବ୍ରାଞ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଥିବାବେଳେ ପୋଲିସ ଅଧିକାରୀମାନେ ସହମତି ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଦିନରେ ଓ ଟେଷ୍ଟ ହେବାକୁ ଥିବା ୫ ପୋଲିସ ଅଧିକାରୀ ରାତିରେ ବିମାନଯୋଗେ ଗୁଜରାଟ ଗସ୍ତ କରିଥିବା ଜଣାପଡିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+