ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ
ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।
କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସଧରି ବନ୍ଦ ରହିଥିଲା ଭିତରକନିକା । ତେବେ ଆଜିଠୁ ପର୍ଯ୍ୟଟକ, ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ । ପ୍ରଥମଥର ପର୍ଯ୍ୟଟକଙ୍କ ପାଇଁ ଚାଲିବ ୪ଟି ବ୍ୟାଟ୍ରି ଚାଳିତ ଗାଡି ।

ସେପଟେ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଗତବର୍ଷଠାରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍ ବ୍ରିଜ୍ ନିର୍ମାଣ କରାଯାଇଛି । ଯାହା ପର୍ଯ୍ୟଟକମାନଙ୍କୁ ବେଶ ପସନ୍ଦ ଆସୁଛି । ମ୍ୟାନଗ୍ରୁଭ୍ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି ।
ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ । ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି ।
ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ । ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ସ୍କାଏ ୱାକ୍ ବ୍ରିଜ, ୱାଚ୍ ଟାଓା୍ୱର, ସେଲ୍ଫଫି ପଏଣ୍ଟ, ମ୍ୟାନଗ୍ରୁଭ ମେଟା ନର୍ସରୀ, ବୋଟ ଲାଇବ୍ରେରୀ, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ । ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ଡାଙ୍ଗମାଳ ଓ ଗୁପ୍ତି ଠାରେ ରହିଥିବା ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ନୈସର୍ଗିକ ଶୋଭା ଉପଭୋଗ କରିପାରିବେ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications