୩ ମାସ ବନ୍ଦ ପରେ ଆସନ୍ତାକାଲିଠୁ ଖୋଲିବ ଭିତରକନିକା

ଆସନ୍ତାକାଲି ସୋମବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ହେଲା ଏହା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ଥିଲା।

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ସୋମବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ହେଲା ଏହା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ଥିଲା।

Bhitarkanika

ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବାର ଖବର ପର୍ଯ୍ୟଟକଙ୍କ ମଧ୍ୟରେ ଉତ୍ସାହ ଆଣିଦେଇଛି। ସେହିପରି ପର୍ଯ୍ୟଟକ ଗାଇଡ୍, ହୋଟେଲ, ଭୋଜନ ଓ ଅନ୍ୟାନ୍ୟ ବିକ୍ରେତାଙ୍କ ପରି ଜୀବିକା ନିର୍ବାହ ପାଇଁ ପାର୍କ ଉପରେ ନିର୍ଭର କରୁଥିବା ଲୋକ ଉତ୍ସାହିତ ହୋଇଛନ୍ତି।

ଆସନ୍ତାକାଲି ପର୍ଯ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ୱାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି। ନୂତନ ଲୁଣା ନର୍ସରୀ , ସେଲ୍ଫି ପଏଣ୍ଟ , ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ, ବୋଟ ଲାଇବ୍ରେରୀ ଓ ବ୍ୟାଟେରୀ ବୋଟ ଆଦିକୁ ପ୍ରସ୍ତୁତ ରଖାଯାଇଛି। ସେହିପରି କଟେଜ୍, ମିୟୁଜିୟମ, ବୋଟ୍ ଓ ବ୍ୟାଟେରୀ ଚାଳିତ ଗାଡ଼ି ମଧ୍ୟ ପ୍ରସ୍ତୁତ ରଖାଯାଇଛି।

ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଭିତରକନିକାକୁ ଜଳପଥରେ ପ୍ରବେଶ କରି ହେବ। ସ୍ଥଳପଥରେ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ଭିତରକନିକାକୁ ପ୍ରବେଶ କରିପାରିବେ ପର୍ଯ୍ୟଟକ। ରାତ୍ରି ଯାପନ ପାଇଁ ଡାଙ୍ଗମାଳ ଓ ଗୁପ୍ତିରେ କଟେଜ ବ୍ୟବସ୍ଥା କରାଯାଇଛି।

ରିପୋର୍ଟ ଅନୁଯାୟୀ, ଭିତରକନିକା ଜାତୀୟ ଉଦ୍ୟାନ ଆଲବିନୋ ଇଷ୍ଟୁଆରିନ୍ କୁମ୍ଭୀର ପାଇଁ ଦେଶର ଏକାକୀ ବାସସ୍ଥାନ କରିଡର ଭାବରେ ନିଜକୁ ପୁନଃ ପ୍ରତିଷ୍ଠିତ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+