ବିଜେପିକୁ ଝଟକ, ଦଳ ଛାଡ଼ିଲେ ଭୃଗୁ ବକ୍ସିପାତ୍ର

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା ଲାଗିଛି। ଦଳର ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି। ସେ ୨୦୧୯ରେ ବହ୍ମପୁର ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦିତା କରିଥିଲେ।

Bhrigu Baxipatra

ଏହି ଇସ୍ତଫା ପତ୍ର ସେ ଲେଖିଛନ୍ତି କି ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି ।

ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି । ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ତେବେ ଖୁବଶୀଘ୍ର ଭୃଗୁ ବକ୍ସିପାତ୍ର ବିଜେଡିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି । ତେବେ ତାଙ୍କର ଆଗାମୀ କାର୍ଯ୍ୟପନ୍ଥା କଣ ହେବ ତାହା ଦେଖିବାକୁ ବାକି ରହିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+