୧୨ରୁ ଭୁବନେଶ୍ବର-ଆବୁଧାବି ଆରମ୍ଭ ହେବ ବିମାନ ସେବା

ଜୁନ୍‌ ୧୨ରେ ମୋହନ ସରକାରଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ସେହିଦିନ ଠାରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସଂଯୁକ୍ତ ଆରବ ଏମିରାତ୍‌(ୟୁଏଇ) ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିବ। ଏଭଳି ନିଷ୍ପତ୍ତି ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ଜଣାପଡିଛି। ଭୁବନେଶ୍ବରରୁ ଆବୁଧାବିକୁ ବିମାନ ଉଡ଼ିବା ଦ୍ବାରା ଓଡ଼ିଶା ବିମାନ ଯାତ୍ରାରେ ଆଉ ଏକ ଫର୍ଦ ଯୋଡ଼ି ହେବ।

flight service

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ମାର୍ଗଦର୍ଶନରେ ନୂଆ ଡେଷ୍ଟିନେସନ୍‌ ପଲିସି(ଏନ୍‌ଡିପି)-୨୦୨୪ ଆଧାରରେ ରାଜ୍ୟର ପର୍ଯ୍ୟଟନ ଓ ବ୍ୟବସାୟ ଉନ୍ନତିକରଣକୁ ଗୁରୁତ୍ୱ ଦିଆଯାଉଛି। ଭୁବନେଶ୍ବରରୁ ଆବୁଧାବିକୁ ବିମାନ ଉଡ଼ିବା ଦ୍ବାରା ରାଜ୍ୟର ଅର୍ଥନୈତିକ ବିକାଶ ସହ ପର୍ଯ୍ୟଟନ ଓ ସଂସ୍କୃତିର ଆଦାନ ପ୍ରଦାନ ବଢ଼ିବ। ଭୁବନେଶ୍ବର ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଇଣ୍ଡିଗୋର ଏକ ବିମାନ ସପ୍ତାହକୁ ୩ଦିନ ମଙ୍ଗଳବାର, ଗୁରୁବାର ଓ ଶନିବାର ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ାଣ କରିବ। ସୂଚନାଯୋଗ୍ୟ, ଭୁବନେଶ୍ବର ବିମାନ ବନ୍ଦରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍‌ ଓ କୁଆଲାଲୁମ୍ପୁରକୁ ବିମାନ ଉଡ଼ାଣ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+