ପୁଣି ରାଜଧାନୀରେ କଣ୍ଟେନମେଣ୍ଟ ଜୋନ
ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଘୋଷଣା ହୋଇଛି କଣ୍ଟେନମେଣ୍ଟ ଜୋନ । ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ।
ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଘୋଷଣା ହୋଇଛି କଣ୍ଟେନମେଣ୍ଟ ଜୋନ । ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । କଣ୍ଟେମେଣ୍ଟ ଜୋନ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା । ସେହିପରି କଣ୍ଟେନମେଣ୍ଟ ଜୋନ ଭିତରର ଲୋକଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି ।

କଣ୍ଟେନମେଣ୍ଟ ଜୋନ ପରିସରରେ ଥିବା ଉଭୟ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ଦିଆଯାଇଛି ନିର୍ଦ୍ଦେଶ । କଣ୍ଟେନମେଣ୍ଟର ଜୋନର ସମସ୍ତ ଲୋକଙ୍କୁ ଆବଶ୍ୟକୀୟ ସାମଗ୍ରୀ ଯୋଗାଇବ ବିଏମସି । ଏନେଇ ସୂଚନା ଦେଇଛନ୍ତି ବିଏମସି ଦକ୍ଷିଣ ପଶ୍ଚିମ ଜୋନର ଡେପୁଟି କମିଶନର ରବି ନାରାୟଣ ସେଠୀ ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ କେବଳ ୨୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି।












Click it and Unblock the Notifications