ରାଜଧାନୀରେ ଲମ୍ବା ଡିଆଁ ମାରୁଛି ସଂକ୍ରମଣ, ୨୪ ଘଣ୍ଟାରେ ୧୧୫୧ ପଜିଟିଭ୍ ଚିହ୍ନଟ

ଗତକାଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ଚାରି ଅଙ୍କ ଛୁଇଁଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୫୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ।

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଅବସ୍ଥା ବେହାଲ । ରାଜ୍ୟରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ଏହା ସହ ତାଳ ଦେଇ ବଢୁଛି ରାଜଧାନୀ ଭୁବନେଶ୍ବରର ଦୈନିକ ସଂକ୍ରମଣର ଚିତ୍ର । ଗତକାଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ଚାରି ଅଙ୍କ ଛୁଇଁଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୫୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ।

Corona Positive

ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ ରାଜଧାନୀରୁ ୮୯୬ ଜଣ ସୁସ୍ଥ ହୋଇଥିବା ମଧ୍ୟ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏଥର ଭୁବନେଶ୍ୱରସ୍ଥିତ ପୁରୁଣା ସହରରୁ ସର୍ବାଧିକ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଟିଆ ଅଞ୍ଚଳରୁ ୬୪ ଜଣ, ନୟାପଲ୍ଲୀରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ଝାରପଡ଼ା, ବରମୁଣ୍ଡା ଓ ଡୁମଡୁମାରୁ ୩୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି । ଭୁବନେଶ୍ୱରରେ ଏବେ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ୬୩ ହଜାର ୬୪୯ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୫୧ ଜହାର ୦୫୬ ଜଣ ।

ଅନ୍ୟପଟେ ଆଜି ରାଜ୍ୟରୁ ଆଉ ୧୦ ହଜାର ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୫ ହଜାର ୭୭୯ଟି ମାମଲା ଆସିଥିବା ବେଳେ ୪ ହଜାର ୫୪୨ଟି ମାମଲା ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୫୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୧୯ଟି ମାମଲା ଆସିଛି । ଗତକାଲି ସର୍ବାଧିକ ସଂଖ୍ୟା କଟକରେ ଥିଲା ।

ସେହିପରି ଅନୁଗୁଳରୁ ୪୭୧, ବାଲେଶ୍ୱରରୁ ୨୬୯, ବରଗଡ଼ରୁ ୩୨୦, ଭଦ୍ରକରୁ ୩୫୦, ବଲାଙ୍ଗିରରୁ ୨୯୧, ବୌଦ୍ଧରୁ ୨୫୦, କଟକରୁ ୭୩୧, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୭୭, ଗଜପତିରୁ ୫୬, ଗଞ୍ଜାମରୁ ୨୦୩, ଜଗତସିଂହପୁରରୁ ୧୫୯, ଯାଜପୁରରୁ ୩୩୦, ଝାରସୁଗୁଡ଼ାରୁ ୩୧୨, କଳାହାଣ୍ଡିରୁ ୫୯୯, କନ୍ଧମାଳରୁ ୫୪, କେନ୍ଦ୍ରାପଡ଼ାରୁ ୧୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କେନ୍ଦୁଝରରୁ ୨୦୪, ଖୋର୍ଦ୍ଧାରୁ ୧୫୬୬, କୋରାପୁଟରୁ ୩୩୮, ମାଲକାନଗିରିରୁ ୭୭, ମୟୂରଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୩୩୪, ନୟାଗଡ଼ରୁ ୨୭୩, ନୂଆପଡ଼ାରୁ ୧୪୫, ପୁରୀରୁ ୪୭୨, ରାୟଗଡ଼ାରୁ ୧୬୩, ସମ୍ବଲପୁରରୁ ୪୦୫, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୮୧୯ ଏବଂ ଷ୍ଟେଟ ପୁଲରୁ ୨୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+