ଭୁବନେଶ୍ୱର ପ୍ରତିଷ୍ଠା ଦିବସ: ୭୪ ବର୍ଷରେ ପାଦ ଥାପିଲା ରାଜ୍ୟ ରାଜଧାନୀ
ମନ୍ଦିର ମାଳିନୀରୁ ସ୍ମାର୍ଟ ସିଟି । ଏକାମ୍ର କ୍ଷେତ୍ରରୁ ରାଜ୍ୟର ରାଜଧାନୀ । ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିବା ଏହି ମାୟାନଗରୀକୁ ଆଜି ୭୪ ବର୍ଷ ପୂରିଛି ।
74th Bhubaneswar Foundation Day: ମନ୍ଦିର ମାଳିନୀରୁ ସ୍ମାର୍ଟ ସିଟି । ଏକାମ୍ର କ୍ଷେତ୍ରରୁ ରାଜ୍ୟର ରାଜଧାନୀ । ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିବା ଏହି ମାୟାନଗରୀକୁ ଆଜି ୭୪ ବର୍ଷ ପୂରିଛି । ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ ।
ଓଡ଼ିଶାର ରାଜଧାନୀ

ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।
ଭୁବନେଶ୍ୱର ନାମ କାହିଁକି ?

ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ । ଦେଶ ସ୍ୱାଧୀନ ହେବାର ପରବର୍ଷ, ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ ହୋଇଥିଲା । ଭୁବନେଶ୍ୱର ଏବଂ କଟକ ଏକାସାଙ୍ଗେ ଓଡ଼ିଶାର ଟ୍ୱିନ ସିଟି(Twin City) ବା ଦୈତ ସହର ଭାବେ ଜଣାଶୁଣା ।
ଭୁବନେଶ୍ୱରର ପ୍ରତିଷ୍ଠା

୧୯୪୬ ମସିହାରେ, ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ତୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର "ଅଟୋ କଏନ୍ସବର୍ଗର" । ୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା । ସେହି ପ୍ରତିଷ୍ଠା ଫଳକଟି ବର୍ତ୍ତମାନ ବିଧାନ ସଭା ସନ୍ନିକଟ ପାଚେରୀ ନିକଟରେ ଲାଗିଛି । ୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, "ଭୁବନେଶ୍ୱର ପ୍ରତିଷ୍ଠା ଦିବସ" ଭାବରେ ପାଳନ କରାଯାଏ ।ସେତେବେଳେ ପ୍ରସ୍ତୁତ କରାଯାଇଥିବା ନକ୍ସା ଅନୁଯାୟୀ, ପ୍ରଥମ ଦଶ ବର୍ଷ ମଧ୍ୟରେ ଭୁବନେଶ୍ୱର ଜନସଂଖ୍ୟା ପନ୍ଦର ହଜାରରୁ ବଢ଼ି ଚାଳିଶ ହଜାର ଓ ସହରର କ୍ଷେତ୍ରଫଳ ଶହେ ବତିଶ ବର୍ଗ କିଲୋମିଟର ହେବ ବୋଲି ଆକଳନ କରାଯାଇଥିଲା ।
ଭୁବନେଶ୍ୱରରେ ଛଅଟି ୟୁନିଟ ଓ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଏକ ବିଜ୍ଞାପିତ ଅଞ୍ଚଳ ହେବା ମଧ୍ୟ ସେହି ନକ୍ସାରେ ଥିଲା । ଏହି ଯୋଜନାକୁ "ଓଡ଼ିଶା ସହର ଯୋଜନା ଆଇନ" ୧୯୫୬ ଅନୁସାରେ କାର୍ଯ୍ୟକାରି କରାଗଲା । ଭୁବନେଶ୍ୱର ପାଇଁ ଜଣେ "ବିଶେଷ ଯୋଜନା ଅଧିକାରୀ"ଙ୍କୁ ନିଯୁକ୍ତ କରାଗଲା । ଜନସଂଖ୍ୟା ବୃଦ୍ଧି ସହ ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲିଟି ଗଠନ କରାଗଲା । ପରେ ଭୁବନେଶ୍ୱର ମୁନିସିପାଲିଟି ସହ ଖୋର୍ଦ୍ଧା, ଜଟଣୀ ବିଜ୍ଞାପିତ ଅଞ୍ଚଳକୁ ନେଇ "ଭୁବନେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା(ବ୍ରିଟ)" ଗଠନ କରାଗଲା । ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲ କର୍ପୋରେସନ ଓ ସନ୍ନିକଟ ଗାଁଗୁଡିକୁ ନେଇ ଭୁବନେଶ୍ୱର ଉନ୍ନୟନ ସଂସ୍ଥା (ବିଡିଏ) ଗଠନ କରାଗଲା ।

ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ । ରୋଜଗାର ପାଇଁ ବି ଅନେକ ଲୋକଙ୍କ ପ୍ରଥମ ଚଏସ ପାଲଟିଛି ଭୁବନେଶ୍ୱର। ବହୁ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଇଛି ରାଜଧାନୀ। ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି । ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।
ପ୍ରତିଷ୍ଠା ଦିବସ ପାଳନ
ତେବେ ତିନି ଦିନ ଧରି ପ୍ରତିଷ୍ଠା ଦିବସ ପାଳନ କରାଯିବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି, ସୂଚନା ଓ ଲୋକସଂପର୍କ ବିଭାଗ, ଜିଲ୍ଲା ପ୍ରଶାସନ ଏବଂ ବିଏମସି ପକ୍ଷରୁ ମିଳିତ ଭାବେ ପାଳନ କରାଯିବ । ମୁଖ୍ୟ ଅତିଥି ଭାବେ ଯୋଗଦେବେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏଥିପାଇଁ ଲୋୟର ପିଏମଜିରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ରାଜଧାନୀର ବିଭିନ୍ନ ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ଦ୍ୱାରା ପରେଡ୍ ଅନୁଷ୍ଠିତ ହେବ । ମୋଟ୍ ୭୨ଟି ଟ୍ରୁପ୍ ପରେଡରେ ଭାଗ ନେବେ । କଲେଜ ସ୍ତରରେ ୧୨ଟି ଟ୍ରୁପ୍ ହୋଇଥିବା ବେଳେ ହାଇସ୍କୁଲସ୍ତରରେ ବାଳିକା ୱିଙ୍ଗର ୮ଟି ଗ୍ରୁପ୍, ବାଳକ ୱିଙ୍ଗର ୨୬ଟି ଗ୍ରୁପ୍, ବ୍ୟାଣ୍ଡ ତିନିଟି ଗ୍ରୁପ୍ ଓ ଡେୟାରଡେଭିଲର ତିନିଟି ଗ୍ରୁପ୍ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....












Click it and Unblock the Notifications