ପ୍ରଚଣ୍ତ ତାତି: ରାଜ୍ୟରେ ଅଧିକାଂଶ ସହରରେ ତାପମାତ୍ରା ପାଖାପାଖି ୪୦ ଡିଗ୍ରୀରୁ ଅଧିକ
Odisha Weather: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡ଼ାରେ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସମ୍ବଲପୁରର ତାପମାତ୍ରା ୪୧.୭, ହୀରାକୁଦର ତାପମାତ୍ରା ୪୧.୪ ଡିଗ୍ରୀ, ଚାନ୍ଦବାଲିରେ ୪୧.୨ ଡିଗ୍ରୀ, କେନ୍ଦୁଝର ୪୦.୯ ଏବଂ ରାରକେଲାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ୩ ରୁ ୫ ଡିଗ୍ରୀ ବଢିବାର ଆଶଙ୍କା ରହିଛି । ଆଡି ସାଢେ ଦୁଇଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି ଥିବା ବେଳେ ଝାରସୁଗୁ଼ଡ଼ାର ତାପମାତ୍ରା ୪୨.୬ ଡିଗ୍ରୀ, ବାଲେଶ୍ୱରର ୪୨.୨ ଡିଗ୍ରୀ, ସମ୍ବଲପୁରର ୪୧.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୧.୪ ଡିଗ୍ରୀ ଚାନ୍ଦବାଲିରେ ୪୧.୨ ଡିଗ୍ରୀ, କେନ୍ଦୁଝରରେ ୪୦.୯ ଡିଗ୍ରୀ ଏବଂ ରାଉରକେଲାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।












Click it and Unblock the Notifications