ଭୁବନେଶ୍ବରରେ କାଳବୈଶାଖୀ ବର୍ଷା ; ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଆଜି ଦିନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ୨୬.୨ ମିମି ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆଜି କାଳବୈଶାଖୀ ପାଇଁ ଅଧା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୫ ଜିଲ୍ଲା ମଧ୍ୟରୁ ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

rain

ତେବେ ଆଜି ହଠାତ୍ ବଦଳିଲା ପାଗ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା । ଭୁବନେଶ୍ୱର,ପୁରୀ, ଢେଙ୍କାନାଳ, ନରସିଂହପୁର ଓ ପିପିଲି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ବର୍ଷା ସାଙ୍ଗକୁ ଜୋରରେ ପବନ ବହିବାରୁ ରାଜଧାନୀର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି ।

ଅଗ୍ନିଶମ ବାହିନୀ ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି । ପ୍ରବଳ ବର୍ଷା ଯୋଗୁ ଜୟଦେବ ବିହାର ସ୍ଥିତ ଓଭରବ୍ରିଜ୍ ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲିଥିଲା । କାଳବୈଶାଖୀ ପ୍ରଭାବରେ ଭୁବନେଶ୍ୱରରେ ସର୍ବାଧିକ ଝଟକା ପବନର ବେଗ ଘଣ୍ଟା ପ୍ରତି ୬୮ କିଲୋମିଟର ରହିଥିଲା । ଏପଟେ ପ୍ରବଳ ବର୍ଷାରେ ବଡଦାଣ୍ଡରେ ପାଣିର ସୁଅ ଛୁଟି ଥିବା ମଧ୍ୟ ଦେଖିବାକୁ ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+