ବିଧାନସଭାରେ ପୁଣି ଶାସକ-ବିରୋଧୀ ମୁହାଁମୁହିଁ: ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବିଧାନସଭାରେ ପୁଣି ଶାସକ-ବିରୋଧୀ ମୁହାଁମୁହିଁ । ହଟ୍ଟଗୋଳ ପାଇଁ ୪ଟା ପର୍ଯ୍ୟନ୍ତ ମୁଲତବି କଲେ ବାଚସ୍ପତି ।

odisha_assembly
ଗୁରୁବାର ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ସୂଚନା ଅନୁସାରେ, ଗୁରୁବାର ଦିନ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ହଙ୍ଗାମାକରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇଥିଲେ । ସ୍ଥିତି ଏପରି ହୋଇଥିଲା ଯେ, ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଏହା ପାରେ ବାଚସ୍ପତି ପ୍ରମିଳ ମଲ୍ଲିକ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ । ତେବେ ଏହାରି ଭିତରେ ବିଧାନସଭାରେ ଅନେକ ଗୁରୁତ୍ଵପୂର୍ଣ୍ଣ ବିଲ୍ ପାରିତ ହୋଇଛି ।

ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଗୃହରେ ଧାରଣାରେ ବସିଲେ ଗୋପାଳପୁର ବିଧାୟକ । ପ୍ରଶ୍ନକାଳରେ ପ୍ରଶ୍ନ କରିବାର ସୁଯୋଗ ମିଳିନଥିବା ଅଭିଯୋଗ କରି ପ୍ରତିବାଦ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ । ପୋଡିୟମ ତଳେ ଧାରଣାରେ ବସିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ । ଏହାକୁ ସମର୍ଥନ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଆରମ୍ଭରୁ ସ୍ୱାଭାବିକ ଭାବେ ଚାଲିଛି ଗୃହ । ପ୍ରଶ୍ନକାଳ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି । କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରଶ୍ନ ଉପରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ଏହା ସହ ଆଜି ଗୃହରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଜଳସମ୍ପଦ, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ପରିବହନ ବିଭାଗକୁ ନେଇ ପ୍ରଶ୍ନୋତ୍ତର କାର୍ଯ୍ୟ ରହିଛି ।

ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ଶିକ୍ଷକ ଆନ୍ଦୋଳନ, ଅଙ୍ଗନବାଡ଼ି କର୍ମୀ ଏବଂ ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ସରକରାଙ୍କୁ ଘେରିପାରନ୍ତି ବିରୋଧୀ ।

ସୂଚନାଥାଉକି, ଗତକାଲି ଚତୁର୍ଥ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଥିବା ବେଳେ ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନଥିଲା । ଫଳରେ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରିବାକୁ ପଡ଼ିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+