ଯାଜପୁରରେ ବଡ ଦୁର୍ଘଟଣା: ୧୪ ଜଣ ଆହତ, ୪ ଗୁରୁତର
ଯାଜପୁର ସଦରଥାନା ବରୁହାଁ କବୀରପୁରଠାରେ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୪ ଜଣ ଆହତ ହୋଇଥିବା କୁହାଯାଉଛି । ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରିଛି। ସେହିପରି ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ନେଇ ପୁଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।












Click it and Unblock the Notifications