ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି: ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା
ଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସ୍ରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଥିବା ବେଳେ ଗୋଟିଏ ବର୍ଷ ଟ୍ରେନିଂ ଏବଂ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପୋଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।
ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।
ଗୋପାଳପାଳପୁର ବନ୍ଦର ୯୫ ପ୍ରତିଶତ ଆଦାନୀ ଗ୍ରୁପକୁ ପ୍ରଦାନ କରାଯାଇଛି। ଯାହାଫଳରେ ଗୋପାଳପୁର ବନ୍ଦରର ଉନ୍ନତିକରଣ କରାଯାଇପାରିବ। ଫଳରେ ରାଜ୍ୟରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ବଢ଼ିବ।

ସେହିପରି ଆଜିର କ୍ୟାବିନେଟ୍ରେ ବୈଠକରେ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ଚାକିରି ମିଳିବ। ଖାଲି ଏତିକି ନୁହେଁ ମା'-ବାପାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ/ ସାବତ ଝିଅଙ୍କୁ ମଧ୍ୟ ଚାକିରି ସୁବିଧା ମିଳିବ।












Click it and Unblock the Notifications