ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି, ପ୍ରତି ପଂଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ପ୍ରତି ପଂଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ । ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ସହ ଆଇନ ବିଭାଗର ବୈଠକ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ଆଲୋଚନା ହୋଇଛି।

pruthiraj harichandan

ବୈଠକରେ ଆଇନ ମନ୍ତ୍ରୀ, ଲିଗାଲ ସର୍ଭିସ ଅଥରିଟିର ଅଧିକାରୀ ଉପସ୍ଥିତ ଥିଲେ । ଗାଁରେ ରହୁଥିବା ସାଧାରଣ ପରିବାର ଓ ଜନଜାତି ପରିବାରଙ୍କୁ ନ୍ୟାୟିକ ଅଧିକାର ଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି । ଏହି ଅଧିକାର ବାବଦରେ ସାଧାରଣ ମହିଳାଙ୍କୁ ସଚେତନତା କରିବେ ସରକାର । ଏହି କାମରେ ଅଙ୍ଗନବାଡି କର୍ମୀଙ୍କୁ ମଧ୍ୟ ସାମିଲ କରାଯିବ । କୌଣସି ମହିଳା ନିର୍ଯାତନା କିମ୍ବା ଘରୋଇ ହିଂସାର ଶିକାର ହେଲେ ପ୍ରଥମେ ପାରା ଲିଗାଲ ଭଲ୍ୟଣ୍ଟରଙ୍କୁ ଜଣାଇବେ । ନ୍ୟାୟିକ ଦିଗ ନେଇ ଭଲ୍ୟୁଣ୍ଟର ପୀଡିତାଙ୍କୁ ସାହାଯ୍ୟ କରିବେ । ସମସ୍ୟାକୁ ଥାନା ଓ କୋର୍ଟ ପର୍ଯ୍ୟନ୍ତ ପହଞ୍ଚାଇବେ। ଆଗକୁ ଏହି କାର୍ଯ୍ୟକ୍ରମ ପଞ୍ଚାୟତିରାଜ ଓ ଏସସିଏସଟି ବିଭାଗକୁ ଯୋଡ଼ାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+