ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ସୂଚନା; ଏହି ଦିନ ଆସିବ ସୁଭଦ୍ରା ତୃତୀୟ ପର୍ଯ୍ୟାୟ ଟଙ୍କା

ନଭେମ୍ବର ଶେଷ ସୁଦ୍ଧା ମିଳିବ 'ସୁଭଦ୍ରା'ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ, ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ଘୋଷଣା ହେବା ନେଇ ଅକ୍ଟୋବର ୩୦ ବୁଧବାରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଥିଲେ। ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍‌ ହେବ। ବାରମ୍ବାର ଚେକ୍‌ ହେବ, କେହି ବି ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ।

Phamagi parida

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରିଥିଲେ। ଏବେ ତୃତୀୟ ପର୍ଯ୍ୟାୟର ଟଙ୍କା ଆସିବ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+