ମହାନଦୀ ଜଳ ବିବାଦ ମାମଲାରେ ଆସନ୍ତାକାଲି ବଡ଼ ବୈଠକ, ଗୃହରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ
ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମହାନଦୀ ବିବାଦରେ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏନେଇ ଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରୀୟ ବୈଠକ ବସିଥିଲା। ଉଭୟ ରାଜ୍ୟର ବୈଷୟିକ ଟିମଙ୍କ ମଧ୍ୟରେ ଛଅ ଥର ଆଲୋଚନା ହୋଇଛି।

ଆସନ୍ତାକାଲି ମଧ୍ୟ ଏନେଇ ଜଏଣ୍ଟ ଟେକ୍ନିକାଲ ଟିମଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲ ଶୁଣାଣି ମଧ୍ୟ ହେବ । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଗୃହରେ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।












Click it and Unblock the Notifications