ଆସିଲା ବଡ ଖବର ; କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି
ପୁରୀରେ ରଥଟଣା ପରେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ଘଟଣାକୁ ନେଇ ସରକାର ଅଡୁଆ ପରିସ୍ଥିତିରେ ପଡିଥିଲା ବେଳେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଜନଶୁଣାଣୀ ଶିବିର ସ୍ଥଗିତ ରଖାଯାଇଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା ଦିଆଯାଇଛି ଯେ, ଆସନ୍ତା ୩୦ ଜୁନ ୨୦୨୫ (ସୋମବାର) ଦିନ ଭୁବନେଶ୍ୱରର ୟୁନିଟ-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟ) ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନଶୁଣାଣୀ ଶିବିର ଅନିବାର୍ଯ୍ୟ କାରଣ ହେତୁ ସ୍ଥଗିତ ରହିଛି।
ଏହି ଜନଶୁଣାଣୀ ପାଇଁ ଅନଲାଇନରେ ପଞ୍ଜିକରଣ କରିଥିବା ଜନସାଧାରଣଙ୍କ ଅଭିଯୋଗଗୁଡିକ ପରବର୍ତ୍ତୀ ଜନଶୁଣାଣୀ ଶିବିରରେ ଗ୍ରହଣ କରାଯିବ। ପରବର୍ତ୍ତୀ ଶୁଣାଣୀର ତାରିଖ ଓ ସମୟ ସମ୍ପର୍କିତ ସୂଚନା ପରେ ଜଣାଇ ଦିଆଯିବ।
ଏହି ସୂଚନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ଦ୍ୱାରା ଜାରି କରାଯାଇଛି।
More From
-
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
ଏଲପିଜି ନିୟମକୁ ସଂଶୋଧନ କଲେ କେନ୍ଦ୍ର ସରକାର, ଏଣିକି ପିଏନ୍ଜି ସଂଯୋଗ ଥିଲେ ମିଳିବ ନାହିଁ ଏଲ୍ପିଜି -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି












Click it and Unblock the Notifications