ଆସିଲା ବଡ ଖବର; ପ୍ରଦୀପ ଜେନାଙ୍କୁ OERC ଅଧ୍ୟକ୍ଷ ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର
ପ୍ରଦୀପ ଜେନା OERC ଅଧ୍ୟକ୍ଷ । ତାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି ପଦ।

ସେ ୧୯୮୯ ବ୍ୟାଚ IAS ଅଫିସର। ୧୯୯୧ରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ସବ-କଲେକ୍ଟର ଭାବେ କ୍ୟାରିଅର ଆରମ୍ଭ କରିଥିଲେ ପ୍ରଦୀପ। ପରେ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ମଧ୍ୟ ହୋଇଥିଲେ। ବିଭିନ୍ନ କ୍ଷେତ୍ରରେ ତାଙ୍କର ସଫଳତା ପାଇଁ ତୃଣମୂଳ ସ୍ତରରୁ ପ୍ରଶଂସା ପାଇଛନ୍ତି ପ୍ରଦୀପ ଜେନା।କଟକ ଜିଲ୍ଲାପାଳ ଥିବା ବେଳେ ୧୯୯୯ ମସିହାରେ ବାତ୍ୟା ପରିଚାଳନାରେ ଦକ୍ଷତା ପ୍ରତିପାଦନ କରିଥିବା ବେଳେ ରାଜ୍ୟ ଓ ଜାତୀୟ ସ୍ତରରୁ ପ୍ରଶଂସା ପାଇଥିଲେ। ଶକ୍ତି ବିଭାଗର ସଚିବ ଥିବା ବେଳେ ଫାଇଲିନ ବାତ୍ୟାରେ ଗଞ୍ଜାମରେ ବିଦ୍ୟୁତ ଭିତ୍ତିଭୂମି ସମ୍ପୂର୍ଣ୍ଣ ବିଗିଡିଯାଇଥିଲା। ସେଠାରେ ତୁରନ୍ତ ପୂର୍ବସ୍ଥିତିକୁ ଫେରିବାରେ ପ୍ରଦୀପ ଜେନାଙ୍କ ମୁଖ୍ୟ ଭୂମକା ଥିଲା। ଗୋଟିଏ ସମୟରେ ବାଣିଜ୍ୟ କମିଶନର ଓ ରାଜ୍ୟ ପରିବହନ କମିଶନର ଭାବେ ଦାୟିତ୍ବ ପରିବହନ କରିଥିଲେ । ଓଡ଼ିଶା ଆର୍ଥିକ ଦୁର୍ବଳ ଥିବା ସମୟରେ ସେ ଉଲ୍ଲେଖନୀୟ କାମ କରିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମଧ୍ୟ ବେଶ ପ୍ରଶଂସାଯୋଗ୍ୟ କାମ କରିଥିଲେ ପ୍ରଦୀପ ଜେନା ।












Click it and Unblock the Notifications