ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା; ୨୨ ମାଓବାଦୀ ନିପାତ

ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍‌ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି ।

ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ଏନ୍‌କାଉଣ୍ଟରରେ ଏହି ମାଓବାଦୀମାନେ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍‌ପି।

ମାଓବାଦୀଙ୍କ ବଡ଼ ଧରଣର ବେସ୍‌ କ୍ୟାମ୍ପ ଥିଲା ଏହି ଜଙ୍ଗଲରେ । ତେଣୁ ପୋଲିସ ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ବଡ଼ କ୍ଷତି ହୋଇଥିବା ଜଣାପଡ଼ିଛି। ଏବେବି ଗୁଳିବିନିମୟ ଜାରି ରହିଛି।

22 Maoists killed

ସେହିପରି ନାରାୟଣପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏସ୍‌ଟିଏଫ୍‌ ଏବଂ ଡିଆର୍‌ଜି ଯବାନ ମାଓବାଦୀ ଦମନ ପାଇଁ କମ୍ବିଂ ଅପରେଶନରେ ଯାଇଥିବା ବେଳେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଥିଲେ। ଗୁରୁତର ଯବାନଙ୍କୁ ନାରାୟଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ଏହି ଘଟଣା ପରେ ଅବୁଝମାଡ଼ ଜଙ୍ଗଲରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+