ବାତ୍ୟା ଦାନାକୁ ନେଇ ଆସିଲା ବଡ ଅପଡେଟ, ଏହି ୪ ଜିଲ୍ଲାରେ ରଚିବ ତାଣ୍ଡବ
ଭାରି ଭୀଷଣ ରୂପରେ ମାଡ଼ି ଆସୁଛି ବାତ୍ୟା ଦାନା । ବାତ୍ୟା ଦାନା ଭିତରକନିକା-ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ୍ । ଆସନ୍ତାକାଲି ରାତି ଓ ୨୫ ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ ରହିବ ୧୦୦-୧୨୦ କିମି ।

୪ ଜିଲାରେ ବାତ୍ୟାର ପ୍ରଭାବ ବେଶି ରହିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକରେ ବେଶି ପ୍ରଭାବ ପଡିବ। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ସମ୍ଭାବନା ରହିଛି। ଅନ୍ୟ ପାଶ୍ବବର୍ତ୍ତୀ ଜିଲା ପୁରୀ, ଖୋର୍ଦ୍ଧା(ଭୁବନେଶ୍ବର), କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷିବ। ବର୍ଷା ସହ ୬୦-୮୦ ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି












Click it and Unblock the Notifications