ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଜାଣନ୍ତୁ କେମିତି ରହିବ ପାଗ
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ପ୍ରକ୍ରିୟା ଆରମ୍ଭ କରିବ। ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ସାଧାରଣତଃ ବର୍ଷା ଅଧିକ ହୋଇଥାଏ। ମାତ୍ର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ବର୍ତ୍ତମାନର ସ୍ଥିତିରେ ରାଜ୍ୟରେ ସେଭଳି ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ ଆଗାମୀ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବ।
ସୋମବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ଘଡ଼ଘଡ଼ି, ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ୩୦-୪୦ କି.ମି. ରହିବ। ସେହିପରି ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଝଡବର୍ଷା ନେଇ ସତର୍କ କରାଯାଇଛି।

ଆଜିଠୁ ରାଜ୍ୟରୁ ଫେରିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ।
ଆଜି ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:
ଆଜି(ସୋମବାର) ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ୯ ଜିଲ୍ଲାରେ ହାଲୁକାରୁ ମଧ୍ଯମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ ଓ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହୋଇପାରେ:
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ,କନ୍ଧମାଳ, ନୟାଗଡ଼ ଖୋର୍ଦ୍ଧା, ପୁରୀ ଓ ରାୟଗଡ଼ା, କୋରାପୁଟରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ପ୍ରତ୍ୟାବର୍ତ୍ତନ କରିବ ମୌସୁମୀ:
ରାଜ୍ୟରୁ ବିଦାୟ ନେବ ମୌସୁମୀ । ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଫେରିଯିବ ଅର୍ଥାତ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର କିଛି କିଛି ସ୍ଥାନରୁ ମୌସୁମୀ ବାୟୁ ବିଦାୟ ପ୍ରକ୍ରିୟା ଆରମ୍ଭ ହେବ । ଏପଟେ ରାଜ୍ୟରେ ଆଗାମୀ 2 ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
14 ଅକ୍ଟୋବର ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:
ଆସନ୍ତାକାଲି(ମଙ୍ଗଳବାର) କିଛି ସ୍ଥାନରେ ବର୍ଷା ହୋଇପାରେ । ସେ ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଦେଓଗାଁରେ ସର୍ବାଧିକ ବର୍ଷା ରେକର୍ଡ:
ତେବେ ଗତକାଲି କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ରେକର୍ଡ ହୋଇଥିଲା । ଝାରସୁଗୁଡାର ଦେଓଗାଁରେ ସର୍ବାଧିକ 75.2 ମିମି ବର୍ଷା ରେକର୍ଡ ହୋଇଥିଲା ।












Click it and Unblock the Notifications