Cyclone Montha: ଏଇଠି ଲ୍ୟାଣ୍ଡଫଲ୍ କରିବ ବାତ୍ୟା ମୋନ୍ଥା !

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି।

Cyclone

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ଆଶଙ୍କା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିପାରେ। ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ଜଣାପଡିନଥିଲେ ବି ଆନ୍ଧ୍ରକୁ ଅଧିକ କ୍ଷତି ପହଞ୍ଚାଇବ ବୋଲି କୁହାଯାଇଛି। ଓଡିଶାରେ କେବଳ ପ୍ରବଳ ବର୍ଷା ହେବ। ତିନି ଦିନ ଧରି ବର୍ଷା ପବନ ରହିଛି ।

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜିଠାରୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ, ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲା ଯଥା- ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+