ଆସନ୍ତା ୧୭ ତାରିଖରେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ: କୋଭିଡ ଗାଇଡଲାଇନ ମାନି ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆସନ୍ତା ଏପ୍ରିଲ ୧୭ ରେ ପ୍ରବାଦ ପୁରୁଷ ବିଶିଷ୍ଟ ଜନ ନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ।
ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧୭ ରେ ପ୍ରବାଦ ପୁରୁଷ ବିଶିଷ୍ଟ ଜନ ନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ । ତେବେ ଚଳିତ ବର୍ଷ ଶ୍ରାଦ୍ଧ ଦିବସକୁ ରାଜ୍ୟସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ କୋଭିଡ କଟକଣା ମଧ୍ୟରେ ପାଳନ କରିବା ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡିଶା 'ମୋ ପରିବାର' ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ହେବ । ସମଗ୍ର ଡିଶାକୁ ଗୋଟିଏ ପରିବାର ଭାବେ ବିବେଚନା କରି ନିଜର ସାରା ଜୀବନ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ସଶକ୍ତିକରଣ ପାଇଁ ଉତ୍ସର୍ଗ କରିଥିବା ବିଜୁବାବୁଙ୍କ ପ୍ରତି ଏହା ହିଁ ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।












Click it and Unblock the Notifications