ତିନି ବର୍ଷରେ ଶେଷ ହେବ ବିଜୁ ଏକ୍ସପ୍ରେସ ୱେ-୨ କାମ, ୩୦୫କିମି ସଡକରେ ପାହାଡ ଖୋଳାଯାଇ ନିର୍ମାଣ ହେବ ଟନେଲ୍
ଭୁବନେଶ୍ୱର: ତିନି ବର୍ଷରେ ଶେଷ ହେବ ବ୍ରହ୍ମପୁରରୁ ଜୟପୁର ବିଜୁ ଏକ୍ସପ୍ରେସ ୱେ-୨ କାମ । ୩୦୫କିମି ସଡକରେ ପାହାଡ ଖୋଳାଯାଇ ନିର୍ମାଣ ହେବ ଟନେଲ୍ । ୩ ଘଣ୍ଟା କମିବ ଯିବ ବ୍ରହ୍ମପୁରରୁ ଜୟପୁର ଦୂରତା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଆଜି ଦୁଇ ଦିନିଆ ଗସ୍ତରେ ଗଜପତି ଜିଲ୍ଲା ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି । ବିଶେଷ କରି ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ ର ନିର୍ମାଣ ସମ୍ପର୍କରେ ପୂର୍ତ୍ତ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ବିଜୁ ଏକ୍ସପ୍ରେସ ୱେ -୧ ର ନିର୍ମାଣ କାମ ସଫଳତାର ସହ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟ ସରକାର ଏବେ ବିଜୁ ଏକ୍ସପ୍ରେସ ୱେ-୨ ର କାମ ଆରମ୍ଭ କରିବାକୁ ଯାଉଛନ୍ତି । ରାଜ୍ୟର ଅର୍ଥନୈତିକ ଓ ସାମାଜିକ ବିକାଶ ଦୃଷ୍ଟିରୁ ଏହା ଖୁବ୍ ଗରୁତ୍ୱ ବହନ କରେ ।
୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଜୟପୁର ସହ ଯୋଡିବ ଏବଂ ଏହି ପ୍ରକଳ୍ପର ପାଇଁ ପ୍ରାୟ ୭୦୦୦ କୋଟି ଟଙ୍କା ବିନିଯୋଗ କରାଯିବ । ଏହା ସମ୍ପୂର୍ଣ୍ଣ ଭାବେ ଏକ ନୂଆ ପ୍ରକଳ୍ପ (Green Field Project) । ଏହା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ- ଏହି ୪ଟି ଜିଲ୍ଲାର ୧୫ଟି ବ୍ଲକ ଦେଇ ନିର୍ମିତ ହେବ । ଗଞ୍ଜାମରେ ୪୩ କି.ମି., ଗଜପତିରେ ୪୭ କି.ମି., ରାୟଗଡାରେ ୧୫୮ କି.ମି. ଓ କୋରାପୁଟରେ ୫୭ କି.ମି. ରାସ୍ତା ତିଆରି କରାଯିବ । ଏହା ଦ୍ୱାରା ବ୍ରହ୍ମପୁରରୁ ଜୟପୁରକୁ ଗସ୍ତ ସମୟ ୮ ଘଣ୍ଟାରୁ ୫ ଘଣ୍ଟାକୁ କମିଯିବ ।
ସେହିପରି ବ୍ରହ୍ମପୁରରୁ ମୋହନା ମାତ୍ର ୪୫ ମିନିଟ୍ ଲାଗିବ ଏବଂ ରାୟଗଡାରୁ ମୋହନା ମାତ୍ର ଦେଢ ଘଣ୍ଟା ଲାଗିବ ଯାହାକି ବର୍ତ୍ତମାନ ପ୍ରାୟ ୪ ଘଣ୍ଟା ଲାଗୁଛି । ଏହି ସଡକରେ ରାଜ୍ୟରେ ପ୍ରଥମ ଥର ପାଇଁ ପାହାଡ ଖୋଳା ଯାଇ ରାସ୍ତା ନିର୍ମାଣ କରାଯିବ ଯାହା ଦ୍ୱାରା କି ସଡକର ଦୈର୍ଘ୍ୟ ପ୍ରାୟ ୨୫ ରୁ ୩୦ କି.ମି. କମିଯିବ ଏବଂ ଯିବା ଆସିବା ସମୟ ମଧ୍ୟ ୨ ଘଣ୍ଟା କମ ରହିବ । ଏହା ଦ୍ୱାରା ଦକ୍ଷିଣ ଓଡିଶାରେ ଏକ ନୂଆ ଇକୋନୋମିକ୍ କରିଡର ସୃଷ୍ଟି ହୋଇପାରିବ । ଏହି କାମ ତିନି ବର୍ଷ ମଧ୍ୟରେ ଶେଷ ହେବ ବୋଲି ଫାଇଭ୍ ଟି ସଚିବ କହିଛନ୍ତି ।
ଏହା ପରେ ଜିରାଙ୍ଗର ବୁଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ଜିରାଙ୍ଗ କଲେଜ୍ର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ଫାଇଭ୍ ଟି ସଚିବ । ଜିରାଙ୍ଗ କଲେଜ୍ରେ ୬ ମାସ ମଧ୍ୟରେ ଡିସେମ୍ବର ସୁଦ୍ଧା ସ୍ମାର୍ଟ କ୍ଲାସ ଆରମ୍ଭ କରାଯିବ ବୋଲି ସେ ପ୍ରତିଶୃତି ଦେଇଥିଲେ । ପିଲାମାନଙ୍କ ସହ ଆଲୋଚନା କରି ସେ ନିଜ କଲେଜ୍ର ଉନ୍ନତି ପାଇଁ କାମ କରିବାକୁ ପିଲାଙ୍କୁ ପରାମର୍ଶ ଦେଇଥିଲେ । ଭଲ ପାଠ ପଢି ଓଡିଶାର ବିକାଶରେ ଯୋଗଦାନ ରଖିବାକୁ କହିଥିଲେ ।
ଏହା ସହିତ ସାଧାରଣ ଜନତାଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ମଧ୍ୟ ଶୁଣିଥିଲେ । ଜିଲ୍ଲାସ୍ତରରେ ଯାହା ସମ୍ଭବ ତାକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେବା ସହିତ ଅନ୍ୟ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ପଠାଇବାକୁ ପରାମର୍ଶ ଦେଇଥିଲେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications