ରାଜ୍ୟରେ କାୟା ବିସ୍ତାର କରୁଛି ବାର୍ଡ ଫ୍ଲୁ; ପୁରୀ ପରେ ଏବେ କେନ୍ଦ୍ରାପଡ଼ାରେ ଆତଙ୍କ

ରାଜ୍ୟରେ ବାର୍ଡ ଫ୍ଲୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ପରେ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଏଭଳିସ୍ଥିତିରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ଆଶଙ୍କ କରାଯାଉଛି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ନରସିଂହପୁର ରାସ୍ତା କଡ଼ରୁ ରବିବାର ୪ ବସ୍ତା ମୃତ କୁକୁଡ଼ା ଠାବ ହୋଇଛି। କିଏ ଓ କାହିଁକି ମୃତ କୁକୁଡ଼ା ରାସ୍ତା କଡ଼ରେ ଫିଙ୍ଗିଛନ୍ତି ତାହା ସ୍ପଷ୍ଟ ଜଣାପଡି ନାହିଁ। ହେଲେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ ବଢ଼ିବାରେ ଲାଗିଛି।

Bird flu

ଖବର ପାଇ ଜିଲା ପ୍ରାଣୀ ସହ ଚିକିତ୍ସାଅଧିକାରୀ ମୃତ୍ୟୁଞ୍ଜୟ ମହାନ୍ତି, ଡେରାବିଶ ବ୍ଲକ ଚିକିତ୍ସା ଅଧିକାରୀ ଦିଲୀପ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ମଲା କୁକୁଡାର ରକ୍ତ ନମୁନା ସଂଗ୍ରହ କରିଛନ୍ତି। ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯିବ। ରିପୋର୍ଟ ଆସିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଫଳରେ କୁକୁଡ଼ା ମରା ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମ୍‌ର ବୋଲି ଜଣାପଡିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+