ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ; ଓଡ଼ିଶା ଆସି ସ୍ଥିତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଦଳ

ରାଜ୍ୟର ପୁରୀ ଜିଲ୍ଲାରେ ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ କାର୍ଯ୍ୟକ୍ରମ ଚାଲୁରହିଛି। ପିପିଲି ଓ ସତ୍ୟବାଦୀ ବ୍ଲକରେ ସଂକ୍ରମିତ କୁକୁଡ଼ାଗୁଡିକୁ ମରାଯାଇଥିବାବେଳେ ଡେଲାଙ୍ଗ ଓ ନିମାପଡା ବ୍ଲକରେ ଏହି ପ୍ରକ୍ରିୟା ଜାରି ରହିଛି।

Bird flu

କୁକୁଡ଼ା ମାରିବା ଓ ଫାର୍ମ ବିଶୋଧନ କାର୍ଯ୍ୟରେ ୫୧ଟି ରାପିଡ୍‌ ରେସପନ୍ସ ଟିମ୍‌ (ଆରଆରଟି) ନିୟୋଜିତ ଅଛନ୍ତି। ସୋମବାର ସୁଦ୍ଧା ୩୫ହଜାର ୩୨୯ଟି କୁକୁଡ଼ା ମରାଯିବା ସହ ଅଣ୍ଡା ଓ କୁକୁଡ଼ା ଦାନା ନଷ୍ଟ କରାଯାଇଛି। କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ବାବଦକୁ ୧୦ଲକ୍ଷ ୯୪ହଜାର ୫୭୨ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ରାଜ୍ୟରେ ବାର୍ଡ ଫ୍ଲୁର ସ୍ଥିତି ଓ ପଦକ୍ଷେପ ସଂକ୍ରାନ୍ତରେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।

ନମୁନା ସଂଗ୍ରହ ତଥା ରୋଗର ଅନୁସନ୍ଧାନ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରିବା ସହିତ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଜନସାଧାରଣ ଯେପରି ଭୟଭୀତ ନ ହେବେ ସେଥିପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସଚେତନ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଅପରପକ୍ଷେ ଭାରତ ସରକାରଙ୍କର ପଶୁପାଳନ ଏବଂ ଦୁଗ୍ଧ ବିଭାଗ ସଚିବ ଅଳକା ଉପାଧ୍ୟାୟ ଏହି ରୋଗର ନିୟନ୍ତ୍ରଣ ତଥା ନିରାକରଣ ଲାଗି ରାଜ୍ୟକୁ ସମସ୍ତ ପ୍ରକାରର ସହାୟତା ପାଇଁ ନିଶ୍ଚିତ କରିଛନ୍ତି।

ପରବର୍ତ୍ତୀ ତଦାରଖ ପାଇଁ ଏକ କେନ୍ଦ୍ରୀୟ ଦଳ ସେପ୍ଟେମ୍ବର ୪ ଓ ୫ରେ ରାଜ୍ୟକୁ ପରିଦର୍ଶନରେ ଆସିବେ ବୋଲି ସୂଚନା ଦିଆଯାଇଛି। ସେହିପରି ସମସ୍ତ ବ୍ୟବସାୟଭିତ୍ତିକ କୁକୁଡ଼ା ଫାର୍ମଗୁଡିକର ପଞ୍ଜୀକରଣ ଏବଂ ଅବସ୍ଥିତିର ଠିକ ତଥ୍ୟ ସଂଗ୍ରହ କରାଯିବା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ସଚିବ ପରାମର୍ଶ ଦେଇଛନ୍ତି। ଏଥିସହ ଓଡ଼ିଶା ସରକାରଙ୍କ ଦ୍ୱାରା କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀମାନଙ୍କୁ ଦିଆଯାଉଥିବା ତତ୍କାଳ କ୍ଷତିପୂରଣ ପ୍ରକ୍ରିୟାକୁ ଭାରତ ସରକାରଙ୍କ ଦ୍ୱାରା ପ୍ରଶଂସା କରାଯାଇଥିଲା। ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ଭୁବନେଶ୍ୱର ମହାନଗର ନିଗମର ଉଚ୍ଚପଦସ୍ଥ ଅଧିକାରୀ ଏବଂ ପୁରୀ, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲାର ଜିଲାପାଳ ଯୋଗଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+